Latest Odisha News

BREAKING NEWS

ଘଡଘଡି ସହ ବର୍ଷା ଆଶଙ୍କା: ରାଜ୍ୟର ୧୨ଟି ଜିଲ୍ଲାକୁ ଆଲର୍ଟ ଜାରି

ଭୁବନେଶ୍ୱର : ରାଜ୍ୟର ପ୍ରାୟ ୧୨ଟି ଜିଲ୍ଲାରେ କାଳବୈଶାଖୀ ଆଶଙ୍କା ରହିଥିବା ନେଇ ଭୁବନେଶ୍ୱର ସ୍ଥିତ ଆଞ୍ଚଳିକ ପାଣିପାଗ ବିଭାଗ ପକ୍ଷରୁ ଶୁକ୍ରବାର ଦିନ ପୂର୍ବାନୁମାନ କରାଯାଇଛି ।

ଭାରତୀୟ ପାଣିପାଗ କେନ୍ଦ୍ରର ସଦ୍ୟ ରିପୋର୍ଟ ଅନୁଯାୟୀ ଆଜି ସନ୍ଧ୍ୟା ୫ଟା ପର୍ଯ୍ୟନ୍ତ ରାଜ୍ୟର ପ୍ରାୟ ଏହି ସବୁ ଜିଲ୍ଲାର ଗୋଟିଏ କିମ୍ବା ଦୁଇଟି ସ୍ଥାନରେ ବିଜୁଳି ଓ ଘଡଘଡି ସହ ବର୍ଷା ହେବାର ସମ୍ଭାବନା ରହିଛି ।

ବିଭାଗ ପକ୍ଷରୁ ଜାରି ବିଜ୍ଞପ୍ତି ଅନୁଯାୟୀ ବଲାଙ୍ଗିର, ସୁନ୍ଦରଗଡ, ମାଲକାନଗିରି, କେନ୍ଦୁଝର, ଦେବଗଡ, କୋରାପୁଟ, ବରଗଡ, ନୂଆପଡା, ସୋନପୁର, ସମ୍ବଲପୁର, ଝାରସୁଗୁଡା ଓ ମୟୂରଭଞ୍ଜ ଆଦି ଜିଲ୍ଲାକୁ ବିଭାଗ ପକ୍ଷରୁ ସତର୍କ ସୂଚନା ଜାରି କରାଯାଇଛି ।

ଆହୁରି ମଧ୍ୟ ଏହି ସମୟ ମଧ୍ୟରେ ପବନର ବେଗ ଘଣ୍ଟାପ୍ରତି ୩୦-୪୦ କିମି. ରହିବା ନେଇ ପାଣିପାଗ କେନ୍ଦ୍ର ପକ୍ଷରୁ ସୂଚନା ମିଳିଛି ।

Leave A Reply

Your email address will not be published.