Latest Odisha News

BREAKING NEWS

ଘଡଘଡି ସହ ବର୍ଷା ଆଶଙ୍କା: ୧୨ଟି ଜିଲ୍ଲାକୁ ପାଣିପାଗ କେନ୍ଦ୍ରର ସତର୍କ ସୂଚନା

ଭୁବନେଶ୍ୱର : ଭୁବନେଶ୍ୱରସ୍ଥିତ ଆଞ୍ଚଳିକ ପାଣିପାଗ କେନ୍ଦ୍ର ପକ୍ଷରୁ ରାଜ୍ୟର ପ୍ରାୟ ୧୨ଟି ଜିଲ୍ଲାରେ ବର୍ଷା ସହ ଘଡଘଡିର ସମ୍ଭାବନା ରହିଥିବା ନେଇ ମଙ୍ଗଳବାର ଦିନ ପୂର୍ବାନୁମାନ କରାଯାଇଛି ।

ପାଣିପାଗ ବିଭାଗର ସଦ୍ୟ ବୁଲେଟିନ୍ ଅନୁଯାୟୀ ନୟାଗଡ,ମୟୁରଭଞ୍ଜ, କେନ୍ଦୁଝର, ବାଲେଶ୍ୱର, ଭଦ୍ରକ, ଯାଜପୁର, କେନ୍ଦ୍ରାପଡା, ଜଗତସିଂହପୁର, କଟକ, ଖୋର୍ଦ୍ଧା, ଗଞ୍ଜାମ ଓ ପୁରୀ ଆଦି ଜିଲ୍ଲାର ଗୋଟିଏ କିମ୍ବା ଦୁଇଟି ସ୍ଥାନରେ ସାମାନ୍ୟରୁ ମଧ୍ୟମ ଧରଣର ବର୍ଷା ସମ୍ଭାବନା ରହିଛି ।

ଏହିସବୁ ଜିଲ୍ଲାଗୁଡିକରେ ବିଭାଗ ପକ୍ଷରୁ ଦିନ ୧ଟା ୩୦ମି. ଯାଏଁ ସତର୍କ ସୂଚନା ଜାରି କରାଯାଇଛି ।

Leave A Reply

Your email address will not be published.