Latest Odisha News

BREAKING NEWS

କାଳବୈଶାଖୀ ଆଶଙ୍କା, ରାଜ୍ୟର ୧୨ଟି ଜିଲ୍ଲାକୁ ଆଲର୍ଟ ଜାରି

ଭୁବନେଶ୍ୱର : ଓଡିଶାର ପ୍ରାୟ ୧୨ଟି ଜିଲ୍ଲାରେ ବର୍ଷା ସହ ବିଜୁଳି ଓ ଘଡଘଡିର ସମ୍ଭାବନା ରହିଥିବା ନେଇ ଭୁବନେଶ୍ୱର ସ୍ଥିତ ଆଞ୍ଚଳିକ ପାଣିପାଗ ବିଭାଗ ପକ୍ଷରୁ ମଙ୍ଗଳବାର ଦିନ ପୂର୍ବାନୁମାନ କରାଯାଇଛି ।

ପାଣିପାଗ ବିଭାଗ ପକ୍ଷରୁ ଜାରି ବିଜ୍ଞପ୍ତି ଅନୁଯାୟୀ ବାଲେଶ୍ୱର, ବରଗଡ, ଭଦ୍ରକ, ବଲାଙ୍ଗିର, ନୂଆପଡା, ମୟୁରଭଞ୍ଜ, କେନ୍ଦୁଝର, ସୁନ୍ଦରଗଡ, ଝାରସୁଗୁଡା, ଦେବଗଡ, ସମ୍ବଲପୁର ଓ କୋରାପୁଟ ଆଦି ଜିଲ୍ଲାର ଗୋଟିଏ କିମ୍ବା ଦୁଇଟି ସ୍ଥାନରେ ବର୍ଷା ସହ ଘଡଘଡି ମାରିବାର ଆଶଙ୍କା ରହିଛି ।

ଏହି ୧୨ଟି ଜିଲ୍ଲା ଗୁଡିକରେ ଆଞ୍ଚଳିକ ପାଣିପାଗ ବିଭାଗ ପକ୍ଷରୁ ସତର୍କ ସୂଚନା ଜାରି କରାଯାଇଛି।

ଏହି ସମୟ ମଧ୍ୟରେ ପବନର ବେଗ ଘଣ୍ଟାପ୍ରତି ୩୦-୪୦ କିମି. ବୋହିବା ସଙ୍ଗେସଙ୍ଗେ ଏହିସବୁ ଜିଲ୍ଲାରେ ସନ୍ଧ୍ୟା ୬ଟା ୩୦ମି. ମଧ୍ୟରେ ଗୋଟିଏ କିମ୍ବା ଦୁଇଟି ସ୍ଥାନରେ ଘଡଘଡି ସହ ବର୍ଷା ଆଶଙ୍କା ରହିଥିବା ନେଇ ବିଭାଗ ପକ୍ଷରୁ ପକ୍ଷରୁ ସୂଚନା ମିଳିଛି ।

Leave A Reply

Your email address will not be published.