Latest Odisha News

BREAKING NEWS

ଘଡଘଡି ସହ ବର୍ଷା ଆଶଙ୍କା: ରାଜ୍ୟର ୧୩ଟି ଜିଲ୍ଲାକୁ ଆଲର୍ଟ ଜାରି

ଭୁବନେଶ୍ୱର : ରାଜ୍ୟର ପ୍ରାୟ ୧୩ଟି ଜିଲ୍ଲାରେ କାଳବୈଶାଖୀ ଆଶଙ୍କା ରହିଥିବା ନେଇ ଭୁବନେଶ୍ୱର ସ୍ଥିତ ଆଞ୍ଚଳିକ ପାଣିପାଗ ବିଭାଗ ପକ୍ଷରୁ ବୁଧବାର ଦିନ ପୂର୍ବାନୁମାନ କରାଯାଇଛି ।

ଭାରତୀୟ ପାଣିପାଗ କେନ୍ଦ୍ରର ସଦ୍ୟ ରିପୋର୍ଟ ଅନୁଯାୟୀ ଆଜି ସନ୍ଧ୍ୟା ୫ଟା ୧୫ମି. ପର୍ଯ୍ୟନ୍ତ ରାଜ୍ୟର ପ୍ରାୟ ଏହି ସବୁ ଜିଲ୍ଲାର ଗୋଟିଏ କିମ୍ବା ଦୁଇଟି ସ୍ଥାନରେ ବିଜୁଳି ଓ ଘଡଘଡି ସହ ବର୍ଷା ହେବାର ସମ୍ଭାବନା ରହିଛି ।

ବିଭାଗ ପକ୍ଷରୁ ଜାରି ବିଜ୍ଞପ୍ତି ଅନୁଯାୟୀ ସମ୍ବଲପୁର, ସୁନ୍ଦରଗଡ, ଝାରସୁଗୁଡା, ବରଗଡ, ଦେବଗଡ, କେନ୍ଦ୍ରାପଡା, ଜଗତସିଂହପୁର, ଭଦ୍ରକ, ଢେଙ୍କାନାଳ, କେନ୍ଦୁଝର, ମୟୂରଭଞ୍ଜ, ଗଜପତି ଓ ଗଞ୍ଜାମ ଆଦି ଜିଲ୍ଲାକୁ ବିଭାଗ ପକ୍ଷରୁ ସତର୍କ ସୂଚନା ଜାରି କରାଯାଇଛି ।

Leave A Reply

Your email address will not be published.