Latest Odisha News

BREAKING NEWS

ଘଡଘଡି ସହ ବର୍ଷା ଆଶଙ୍କା: ରାଜ୍ୟର ୧୬ଟି ଜିଲ୍ଲାକୁ ଆଲର୍ଟ ଜାରି

ଭୁବନେଶ୍ୱର: ଭୁବନେଶ୍ୱର ସ୍ଥିତ ଆଞ୍ଚଳିକ ପାଣିପାଗ କେନ୍ଦ୍ର ପକ୍ଷରୁ ରାଜ୍ୟର ପ୍ରାୟ ୧୬ଟି ଜିଲ୍ଲାରେ ବର୍ଷା ସହ ଘଡଘଡିର ସମ୍ଭାବନା ରହିଥିବା ନେଇ ଶନିବାର ଦିନ ପୂର୍ବାନୁମାନ କରାଯାଇଛି ।

ଏହିସବୁ ଜିଲ୍ଲାଗୁଡିକରେ ବିଭାଗ ପକ୍ଷରୁ ଦିନ ୧ଟା ୩୦ମି. ଯାଏଁ ସତର୍କ ସୂଚନା ଜାରି କରାଯାଇଛି ।

ପାଣିପାଗ ବିଭାଗର ସଦ୍ୟ ବୁଲେଟିନ୍ ଅନୁଯାୟୀ ସୁନ୍ଦରଗଡ, ଦେବଗଡ, ସମ୍ବଲପୁର, ଅନୁଗୁଳ, ସୋନପୁର, ବୌଦ୍ଧ, କେନ୍ଦୁଝର, ମୟୁରଭଞ୍ଜ, ଗଜପତି, ରାୟଗଡା, ଗଞ୍ଜାମ, ପୁରୀ, କନ୍ଧମାଳ, କଳାହାଣ୍ଡି, ଖୋର୍ଦ୍ଧା ଓ କୋରାପୁଟ ଆଦି ଜିଲ୍ଲାର ଗୋଟିଏ କିମ୍ବା ଦୁଇଟି ସ୍ଥାନରେ ସାମାନ୍ୟରୁ ମଧ୍ୟମ ଧରଣର ବର୍ଷା ସମ୍ଭାବନା ରହିଛି ।

Comments are closed.