ଭୁବନେଶ୍ୱର : ଓଡିଶାର ପ୍ରାୟ ୨୧ଟି ଜିଲ୍ଲାରେ କାଳବୈଶାଖୀ ଆଶଙ୍କା ରହିଥିବା ନେଇ ଭୁବନେଶ୍ୱର ସ୍ଥିତ ଆଞ୍ଚଳିକ ପାଣିପାଗ ବିଭାଗ ପକ୍ଷରୁ ଶନିବାର ଦିନ ପୂର୍ବାନୁମାନ କରାଯାଇଛି ।
ଭାରତୀୟ ପାଣିପାଗ କେନ୍ଦ୍ରର ସଦ୍ୟ ରିପୋର୍ଟ ଅନୁଯାୟୀ ରାଜ୍ୟର ପ୍ରାୟ ୨୧ ଜିଲ୍ଲାରେ ପାଖାପାଖି ଅପରାହ୍ନ ୫ଟା ପର୍ଯ୍ୟନ୍ତ ଗୋଟିଏ କିମ୍ବା ଦୁଇଟି ସ୍ଥାନରେ ବର୍ଷା ସହ ବିଜୁଳି ଓ ଘଡଘଡି ମାରିବାର ସମ୍ଭାବନା ରହିଛି ।
ପାଣିପାଗ ବିଭାଗ ପକ୍ଷରୁ ଜାରି ବିଜ୍ଞପ୍ତି ଅନୁଯାୟୀ କେନ୍ଦୁଝର, ଢେଙ୍କାନାଳ, ମୟୁରଭଞ୍ଜ, ବାଲେଶ୍ୱର, ଭଦ୍ରକ, କେନ୍ଦ୍ରାପଡା, ଯାଜପୁର, ଜଗତସିଂହପୁର, ଖୋର୍ଦ୍ଧା, କଟକ, ପୁରୀ, ଗଜପତି, ଗଞ୍ଜାମ, ନୟାଗଡ, କନ୍ଧମାଳ, ଅନୁଗୁଳ, କଳାହାଣ୍ଡି, ନବରଙ୍ଗପୁର, ମାଲକାନଗିରି, ରାୟଗଡା ଓ କୋରାପୁଟ ଆଦି ଜିଲ୍ଲାକୁ ବିଭାଗ ପକ୍ଷରୁ ସତର୍କ ସୂଚନା ଜାରି କରାଯାଇଛି ।
Comments are closed.