Latest Odisha News

ଘଡଘଡି ସହ ବର୍ଷା ଆଶଙ୍କା: ୪ଟି ଜିଲ୍ଲାକୁ ପାଣିପାଗ କେନ୍ଦ୍ରର ସତର୍କ ସୂଚନା

ଭୁବନେଶ୍ୱର : ଭୁବନେଶ୍ୱର ସ୍ଥିତ ଆଞ୍ଚଳିକ ପାଣିପାଗ କେନ୍ଦ୍ର ପକ୍ଷରୁ ରାଜ୍ୟର ପ୍ରାୟ ୪ଟି ଜିଲ୍ଲାରେ ବର୍ଷା ସହ ଘଡଘଡିର ସମ୍ଭାବନା ରହିଥିବା ନେଇ ରବିବାର ଦିନ ପୂର୍ବାନୁମାନ କରାଯାଇଛି।

ପାଣିପାଗ ବିଭାଗର ସଦ୍ୟ ବୁଲେଟିନ୍ ଅନୁଯାୟୀ କେନ୍ଦୁଝର, ଗଞ୍ଜାମ, ଗଜପତି ଓ ମୟୁରଭଞ୍ଜ, ମାଲକାନଗିରି ଆଦି ଜିଲ୍ଲାର ଗୋଟିଏ କିମ୍ବା ଦୁଇଟି ସ୍ଥାନରେ ସାମାନ୍ୟରୁ ମଧ୍ୟମ ଧରଣର ବର୍ଷା ସମ୍ଭାବନା ରହିଛି।

ଏହିସବୁ ଜିଲ୍ଲାଗୁଡିକରେ ବିଭାଗ ପକ୍ଷରୁ ଦ୍ୱିପ୍ରହର ୩ଟା ୩୦ମି.ରୁ ରାତି ୭ଟା ୩୦ମି. ଯାଏଁ ସତର୍କ ସୂଚନା ଜାରି କରାଯାଇଛି।

Comments are closed.