Latest Odisha News

BREAKING NEWS

କାଳବୈଶାଖୀ ଆଶଙ୍କା: ୪ଟି ଜିଲ୍ଲାକୁ ପାଣିପାଗ କେନ୍ଦ୍ରର ସତର୍କ ସୂଚନା

ଭୁବନେଶ୍ୱର : ରାଜ୍ୟର କେତେକ ସ୍ଥାନରେ ଦିନକୁଦିନ ଗ୍ରୀଷ୍ମପ୍ରବାହ ବୃଦ୍ଧି ପାଉଥିବାବେଳେ ପ୍ରାୟ ୪ଟି ଜିଲ୍ଲାରେ ବର୍ଷା ସହ ଘଡଘଡିର ସମ୍ଭାବନା ରହିଥିବା ନେଇ ଭୁବନେଶ୍ୱର ସ୍ଥିତ ଆଞ୍ଚଳିକ ପାଣିପାଗ କେନ୍ଦ୍ର ପକ୍ଷରୁ ଶୁକ୍ରବାର ଦିନ ପୂର୍ବାନୁମାନ କରାଯାଇଛି ।

କୋରାପୁଟ, ମାଲକାନଗିରି, ନବରଙ୍ଗପୁର ଓ କଳାହାଣ୍ଡି ଆଦି ଜିଲ୍ଲାର ଗୋଟିଏ କିମ୍ବା ଦୁଇଟି ସ୍ଥାନରେ ପ୍ରତିଘଣ୍ଟା ୩୦ରୁ ୪୦ କିମି.ବେଗରେ ପବନ ବୋହିବା ସହ ମଧ୍ୟମ ଧରଣର ବର୍ଷା ଆଶଙ୍କା ରହିଛି ।

ଏହି ୪ଟି ଜିଲ୍ଲା ଗୁଡିକରେ ଆଞ୍ଚଳିକ ପାଣିପାଗ ବିଭାଗ ପକ୍ଷରୁ ସତର୍କ ସୂଚନା ଜାରି କରାଯାଇଛି।

ଆହୁରି ମଧ୍ୟ ଏହିସବୁ ଜିଲ୍ଲାଗୁଡିକରେ ପ୍ରାୟ ଦ୍ୱିପ୍ରହର ୩ଟାରୁ ସନ୍ଧ୍ୟା ୬ଟା ମଧ୍ୟରେ ବର୍ଷା ସହ ଝଡତୋଫାନ ହେବାର ସମ୍ଭାବନା ରହିଛି ।

Leave A Reply

Your email address will not be published.