Latest Odisha News

BREAKING NEWS

କାଳବୈଶାଖୀ ଆଶଙ୍କା: ୫ଟି ଜିଲ୍ଲାକୁ ପାଣିପାଗ କେନ୍ଦ୍ରର ସତର୍କ ସୂଚନା

ଭୁବନେଶ୍ୱର : ରାଜ୍ୟର ପ୍ରାୟ ୫ଟି ଜିଲ୍ଲାରେ ବର୍ଷା ସହ ଘଡଘଡିର ଆଶଙ୍କା ରହିଥିବା ନେଇ ଭୁବନେଶ୍ୱର ସ୍ଥିତ ଆଞ୍ଚଳିକ ପାଣିପାଗ କେନ୍ଦ୍ର ପକ୍ଷରୁ ସୋମବାର ଦିନ ଆକଳନ କରାଯାଇଛି ।

ବିଭାଗ ପକ୍ଷରୁ ଜାରି ବୁଲେଟିନ୍ ଅନୁଯାୟୀ ବାଲେଶ୍ୱର, ମୟୂରଭଞ୍ଜ, ଭଦ୍ରକ, କୋରାପୁଟ ଓ ମାଲକାନଗିରି ଆଦି ଜିଲ୍ଲାର ଗୋଟିଏ କିମ୍ବା ଦୁଇଟି ସ୍ଥାନରେ ଘଣ୍ଟାପ୍ରତି ୩୦ରୁ ୪୦ କିମି.ବେଗରେ ପବନ ବହିବା ସହ ମଧ୍ୟମ ଧରଣର ବର୍ଷା ଆଶଙ୍କା ରହିଛି ।

ଏହିସବୁ ଜିଲ୍ଲାଗୁଡିକରେ ରାତି ୭ଟା ୩୦ମି. ପର୍ଯ୍ୟନ୍ତ ସତର୍କ ରହିବାକୁ ବିଭାଗ ପକ୍ଷରୁ ପରାମର୍ଶ ଦିଆଯାଇଛି ।

Leave A Reply

Your email address will not be published.