Latest Odisha News

କାଳବୈଶାଖୀ ଆଶଙ୍କା: ୬ଟି ଜିଲ୍ଲାକୁ ପାଣିପାଗ କେନ୍ଦ୍ରର ସତର୍କ ସୂଚନା

ଭୁବନେଶ୍ୱର : ରାଜ୍ୟର ପ୍ରାୟ ୬ଟି ଜିଲ୍ଲାରେ ବର୍ଷା ସହ ଘଡଘଡିର ଆଶଙ୍କା ରହିଥିବା ନେଇ ଭୁବନେଶ୍ୱର ସ୍ଥିତ ଆଞ୍ଚଳିକ ପାଣିପାଗ କେନ୍ଦ୍ର ପକ୍ଷରୁ ରବିବାର ଦିନ ଆକଳନ କରାଯାଇଛି ।

ବିଭାଗ ପକ୍ଷରୁ ଜାରି ବୁଲେଟିନ୍ ଅନୁଯାୟୀ ବାଲେଶ୍ୱର, ଭଦ୍ରକ, କେନ୍ଦ୍ରାପଡା, ଜଗତସିଂହପୁର, ଯାଜପୁର ଓ ଢେଙ୍କାନାଳ ଆଦି ଜିଲ୍ଲାର ଗୋଟିଏ କିମ୍ବା ଦୁଇଟି ସ୍ଥାନରେ ମଧ୍ୟମ ଧରଣର ବର୍ଷା ଆଶଙ୍କା ରହିଛି ।

ଏହିସବୁ ଜିଲ୍ଲାଗୁଡିକରେ ଦ୍ୱିପ୍ରହର ୨ଟା ୧୫ମି. ପର୍ଯ୍ୟନ୍ତ ସତର୍କ ରହିବାକୁ ବିଭାଗ ପକ୍ଷରୁ ପରାମର୍ଶ ଦିଆଯାଇଛି ।

Leave A Reply

Your email address will not be published.