Latest Odisha News

BREAKING NEWS

ଘଡଘଡି ସହ ବର୍ଷା ଆଶଙ୍କା, ୬ଟି ଜିଲ୍ଲାକୁ ଆଲର୍ଟ ଜାରି

ଭୁବନେଶ୍ୱର : ରାଜ୍ୟର ପ୍ରାୟ ୬ଟି ଜିଲ୍ଲାରେ ବର୍ଷା ସହ ଘଡଘଡିର ଆଶଙ୍କା ରହିଥିବା ନେଇ ଭୁବନେଶ୍ୱର ସ୍ଥିତ ଆଞ୍ଚଳିକ ପାଣିପାଗ କେନ୍ଦ୍ର ପକ୍ଷରୁ ରବିବାର ଦିନ ପୂର୍ବାନୁମାନ କରାଯାଇଛି ।

ବିଭାଗ ପକ୍ଷରୁ ଜାରି ବୁଲେଟିନ୍ ଅନୁଯାୟୀ ଗଞ୍ଜାମ, ନୟାଗଡ, କନ୍ଧମାଳ, ନୂଆପଡା, ନବରଙ୍ଗପୁର ଓ କଳାହାଣ୍ଡି ଆଦି ଜିଲ୍ଲାର ଗୋଟିଏ କିମ୍ବା ଦୁଇଟି ସ୍ଥାନରେ ମଧ୍ୟମ ଧରଣର ବର୍ଷା ଆଶଙ୍କା ରହିଛି।

ଏହିସବୁ ଜିଲ୍ଲାଗୁଡିକରେ ରାତି ୯ଟା ପର୍ଯ୍ୟନ୍ତ ସତର୍କ ରହିବାକୁ ବିଭାଗ ପକ୍ଷରୁ ପରାମର୍ଶ ଦିଆଯାଇଛି ।

Leave A Reply

Your email address will not be published.