Latest Odisha News

କାଳବୈଶାଖୀ ଆଶଙ୍କା: ୭ଟି ଜିଲ୍ଲାକୁ ପାଣିପାଗ କେନ୍ଦ୍ରର ସତର୍କ ସୂଚନା

ଭୁବନେଶ୍ୱର : ରାଜ୍ୟର ପ୍ରାୟ ୭ଟି ଜିଲ୍ଲାରେ ବର୍ଷା ସହ ଘଡଘଡିର ଆଶଙ୍କା ରହିଥିବା ନେଇ ଭୁବନେଶ୍ୱର ସ୍ଥିତ ଆଞ୍ଚଳିକ ପାଣିପାଗ କେନ୍ଦ୍ର ପକ୍ଷରୁ ମଙ୍ଗଳବାର ଦିନ ପୂର୍ବାନୁମାନ କରାଯାଇଛି ।

ବିଭାଗ ପକ୍ଷରୁ ଜାରି ବୁଲେଟିନ୍ ଅନୁଯାୟୀ ରାୟଗଡା, ଗଞ୍ଜାମ, ଗଜପତି, କଳାହାଣ୍ଡି, କନ୍ଧମାଳ, ନୟାଗଡ ଓ ଅନୁଗୁଳ ଆଦି ଜିଲ୍ଲାର ଗୋଟିଏ କିମ୍ବା ଦୁଇଟି ସ୍ଥାନରେ ଘଣ୍ଟାପ୍ରତି ୩୦ରୁ ୪୦ କିମି.ବେଗରେ ପବନ ବହିବା ସହ ମଧ୍ୟମ ଧରଣର ବର୍ଷା ଆଶଙ୍କା ରହିଛି ।

ଏହିସବୁ ଜିଲ୍ଲାଗୁଡିକରେ ଦ୍ୱିପ୍ରହର ୧ଟା ୩୦ମି. ପର୍ଯ୍ୟନ୍ତ ସତର୍କ ରହିବାକୁ ବିଭାଗ ପକ୍ଷରୁ ପରାମର୍ଶ ଦିଆଯାଇଛି ।

Leave A Reply

Your email address will not be published.