ଭୁବନେଶ୍ୱର : ଓଡିଶାର ପ୍ରାୟ ୮ଟି ଜିଲ୍ଲାରେ ବର୍ଷା ସହ ବିଜୁଳି ଓ ଘଡଘଡିର ଆଶଙ୍କା ରହିଥିବା ନେଇ ଭୁବନେଶ୍ୱର ସ୍ଥିତ ଆଞ୍ଚଳିକ ପାଣିପାଗ ବିଭାଗ ପକ୍ଷରୁ ବୁଧବାର ଦିନ ପୂର୍ବାନୁମାନ କରାଯାଇଛି ।
ଭାରତୀୟ ପାଣିପାଗ କେନ୍ଦ୍ରର ବୁଲେଟିନ୍ ଅନୁଯାୟୀ ରାଜ୍ୟର ପ୍ରାୟ ୮ ଜିଲ୍ଲାରେ ରାତି ୭ଟା ୩୦ମି. ଯାଏଁ ଗୋଟିଏ କିମ୍ବା ଦୁଇଟି ସ୍ଥାନରେ ବର୍ଷା ସହ ଘଡଘଡି ମାରିବାର ଆଶଙ୍କା ରହିଛି ।
ପାଣିପାଗ ବିଭାଗ ପକ୍ଷରୁ ଜାରି ବିଜ୍ଞପ୍ତି ଅନୁଯାୟୀ ଗଞ୍ଜାମ, ଗଜପତି, ନୟାଗଡ, କେନ୍ଦୁଝର, କୋରାପୁଟ, ନବରଙ୍ଗପୁର, କଳାହାଣ୍ଡି ଓ କନ୍ଧମାଳ ଆଦି ଜିଲ୍ଲାକୁ ବିଭାଗ ପକ୍ଷରୁ ଆଲର୍ଟ ଜାରି କରାଯାଇଛି ।
ଏହି ସମସୟ ମଧ୍ୟରେ ଲୋକମାନଙ୍କୁ ସତର୍କ ରହିବା ଲାଗି ପାଣିପାଗ ବିଭାଗ ପକ୍ଷରୁ ସତର୍କ ସୂଚନା ଜାରି କରାଯାଇଛି ।
Comments are closed.