Latest Odisha News

BREAKING NEWS

ଘଡଘଡି ସହ ବର୍ଷା ଆଶଙ୍କା: ୮ଟି ଜିଲ୍ଲାକୁ ପାଣିପାଗ କେନ୍ଦ୍ରର ସତର୍କ ସୂଚନା

ଭୁବନେଶ୍ୱର : ଭୁବନେଶ୍ୱର ସ୍ଥିତ ଆଞ୍ଚଳିକ ପାଣିପାଗ କେନ୍ଦ୍ର ପକ୍ଷରୁ ରାଜ୍ୟର ପ୍ରାୟ ୮ଟି ଜିଲ୍ଲାରେ ବର୍ଷା ସହ ଘଡଘଡିର ସମ୍ଭାବନା ରହିଥିବା ନେଇ ସୋମବାର ଦିନ ପୂର୍ବାନୁମାନ କରାଯାଇଛି ।

ପାଣିପାଗ ବିଭାଗର ସଦ୍ୟ ବୁଲେଟିନ୍ ଅନୁଯାୟୀ କୋରାପୁଟ, ମାଲକାନଗିରି, ନୂଆପଡା, ବଲାଙ୍ଗିର, ରାୟଗଡା, କାଳହାଣ୍ଡି, ନବରଙ୍ଗପୁର ଏବଂ ଗଜପତି ଆଦି ଜିଲ୍ଲାର ଗୋଟିଏ କିମ୍ବା ଦୁଇଟି ସ୍ଥାନରେ ସାମାନ୍ୟରୁ ମଧ୍ୟମ ଧରଣର ବର୍ଷା ସମ୍ଭାବନା ରହିଛି ।

ଏହିସବୁ ଜିଲ୍ଲାଗୁଡିକରେ ବିଭାଗ ପକ୍ଷରୁ ଦିନ ୧ଟା ୩୦ମି. ଯାଏଁ ସତର୍କ ସୂଚନା ଜାରି କରାଯାଇଛି ।

Leave A Reply

Your email address will not be published.