Latest Odisha News

BREAKING NEWS

ଘଡଘଡି ସହ ବର୍ଷା ଆଶଙ୍କା: ରାଜ୍ୟର ୯ଟି ଜିଲ୍ଲାକୁ ଆଲର୍ଟ ଜାରି

ଭୁବନେଶ୍ୱର : ରାଜ୍ୟର ପ୍ରାୟ ୯ଟି ଜିଲ୍ଲାରେ କାଳବୈଶାଖୀ ଆଶଙ୍କା ରହିଥିବା ନେଇ ଭୁବନେଶ୍ୱର ସ୍ଥିତ ଆଞ୍ଚଳିକ ପାଣିପାଗ ବିଭାଗ ପକ୍ଷରୁ ଶୁକ୍ରବାର ଦିନ ପୂର୍ବାନୁମାନ କରାଯାଇଛି ।

ଭାରତୀୟ ପାଣିପାଗ କେନ୍ଦ୍ରର ସଦ୍ୟ ରିପୋର୍ଟ ଅନୁଯାୟୀ ଆଜି ରାତି ୮ଟା ୩୦ମି. ପର୍ଯ୍ୟନ୍ତ ରାଜ୍ୟର ପ୍ରାୟ ଏହି ସବୁ ଜିଲ୍ଲାର ଗୋଟିଏ କିମ୍ବା ଦୁଇଟି ସ୍ଥାନରେ ବିଜୁଳି ଓ ଘଡଘଡି ସହ ବର୍ଷା ହେବାର ସମ୍ଭାବନା ରହିଛି ।

ବିଭାଗ ପକ୍ଷରୁ ଜାରି ବିଜ୍ଞପ୍ତି ଅନୁଯାୟୀ ନବରଙ୍ଗପୁର, ଗଞ୍ଜାମ, ମାଲକାନଗିରି, ସୁନ୍ଦରଗଡ, ବଲାଙ୍ଗିର, କଳାହାଣ୍ଡି, କୋରାପୁଟ, ଗଜପତି ଓ ନୂଆପଡା ଆଦି ଜିଲ୍ଲାକୁ ବିଭାଗ ପକ୍ଷରୁ ସତର୍କ ସୂଚନା ଜାରି କରାଯାଇଛି ।

Leave A Reply

Your email address will not be published.