Latest Odisha News

BREAKING NEWS

ସନ୍ଧ୍ୟା ସୁଦ୍ଧା ରାଜ୍ୟର ୭ଟି ଜିଲ୍ଲାରେ ଘଡଘଡି ସହ ବର୍ଷା ଆଶଙ୍କା

ଭୁବନେଶ୍ୱର: ଭୁବନେଶ୍ୱର ସ୍ଥିତ ଆଞ୍ଚଳିକ ପାଣିପାଗ କେନ୍ଦ୍ର ପକ୍ଷରୁ ରାଜ୍ୟର ପ୍ରାୟ ୮ଟି ସ୍ଥାନରେ ବର୍ଷା ସହ ଘଡଘଡିର ଆଶଙ୍କା ରହିଥିବା ନେଇ ଶୁକ୍ରବାର ଦିନ ପୂର୍ବାନୁମାନ କରାଯାଇଛି ।

ପାଣିପାଗ ବିଭାଗର ସଦ୍ୟ ବୁଲେଟିନ୍ ଅନୁଯାୟୀ ଅନୁଗୁଳ, ଢେଙ୍କାନାଳ, ନୟାଗଡ, ଖୋର୍ଦ୍ଧା (କଟକ), ମୟୁରଭଞ୍ଜ, କେନ୍ଦୁଝର ଓ ବାଲେଶ୍ୱର ଆଦି ଜିଲ୍ଲାର ଗୋଟିଏ କିମ୍ବା ଦୁଇଟି ସ୍ଥାନରେ ସାମାନ୍ୟରୁ ମଧ୍ୟମ ଧରଣର ବର୍ଷା ସମ୍ଭାବନା ରହିଛି ।

ଏହିସବୁ ଜିଲ୍ଲାଗୁଡିକରେ ବିଭାଗ ପକ୍ଷରୁ ଦିନ ୨ଟା ୧୫ମି.ରୁ ଅପରାହ୍ନ ୫ଟା ୧୫ମି. ଯାଏଁ ବର୍ଷା ସହ ଝଡତୋଫାନ ହେବାର ଆଶଙ୍କା ରହିଛି ।

Leave A Reply

Your email address will not be published.