Latest Odisha News

BREAKING NEWS

ଦିନ ୧୨ଟା ସୁଦ୍ଧା ରାଜ୍ୟର ଏହିସବୁ ଜିଲ୍ଲାରେ ବର୍ଷା ସମ୍ଭାବନା

ଭୁବନେଶ୍ୱର : ଭୁବନେଶ୍ୱର ସ୍ଥିତ ଆଞ୍ଚଳିକ ପାଣିପାଗ କେନ୍ଦ୍ର ପକ୍ଷରୁ ରାଜ୍ୟର ପ୍ରାୟ ୧୦ଟି ସ୍ଥାନରେ ବର୍ଷା ସହ ଘଡଘଡିର ସମ୍ଭାବନା ରହିଥିବା ନେଇ ଶନିବାର ଦିନ ପୂର୍ବାନୁମାନ କରାଯାଇଛି।

ପାଣିପାଗ ବିଭାଗର ସଦ୍ୟ ବୁଲେଟିନ୍ ଅନୁଯାୟୀ ସୁନ୍ଦରଗଡ, ଅନୁଗୁଳ, ବୌଦ୍ଧ, ଖୋର୍ଦ୍ଧା, ଭୁବନେଶ୍ୱର, କଟକ, ପୁରୀ, ଢେଙ୍କାନଳ, ବରଗଡ ଓ ସମ୍ବଲପୁର ଆଦି ଜିଲ୍ଲାର ଗୋଟିଏ କିମ୍ବା ଦୁଇଟି ସ୍ଥାନରେ ସାମାନ୍ୟରୁ ମଧ୍ୟମ ଧରଣର ବର୍ଷା ସମ୍ଭାବନା ରହିଛି ।

ଏହିସବୁ ଜିଲ୍ଲାଗୁଡିକରେ ବିଭାଗ ପକ୍ଷରୁ ଦିନ ୧୨ଟା ଯାଏଁ ସତର୍କ ସୂଚନା ଜାରି କରାଯାଇଛି ।

Comments are closed.