Latest Odisha News

BREAKING NEWS

ଘଡଘଡି ସହ ବର୍ଷା ଆଶଙ୍କା: ୬ଟି ଜିଲ୍ଲାକୁ ପାଣିପାଗ କେନ୍ଦ୍ରର ସତର୍କ ସୂଚନା

ଭୁବନେଶ୍ୱର : ଭୁବନେଶ୍ୱର ସ୍ଥିତ ଆଞ୍ଚଳିକ ପାଣିପାଗ କେନ୍ଦ୍ର ପକ୍ଷରୁ ରାଜ୍ୟର ପ୍ରାୟ ୬ଟି ଜିଲ୍ଲାରେ ବର୍ଷା ସହ ଘଡଘଡିର ସମ୍ଭାବନା ରହିଥିବା ନେଇ ଶନିବାର ଦିନ ପୂର୍ବାନୁମାନ କରାଯାଇଛି ।

ପାଣିପାଗ ବିଭାଗର ସଦ୍ୟ ବୁଲେଟିନ୍ ଅନୁଯାୟୀ ବାଲେଶ୍ୱର, କଟକ ଓ ଖୋର୍ଦ୍ଧା (ଭୁବନେଶ୍ୱର), ପୁରୀ, ମୟୂରଭଞ୍ଜ ଓ ଗଞ୍ଜାମ ଆଦି ଜିଲ୍ଲାର ଗୋଟିଏ କିମ୍ବା ଦୁଇଟି ସ୍ଥାନରେ ସାମାନ୍ୟରୁ ମଧ୍ୟମ ଧରଣର ବର୍ଷା ସମ୍ଭାବନା ରହିଛି ।

ଏହିସବୁ ଜିଲ୍ଲାଗୁଡିକରେ ବିଭାଗ ପକ୍ଷରୁ ରାତି ୭ଟା ଯାଏଁ ସତର୍କ ସୂଚନା ଜାରି କରାଯାଇଛି ।

Leave A Reply

Your email address will not be published.