ଭୁବନେଶ୍ୱର : ଭୁବନେଶ୍ୱର ସ୍ଥିତ ଆଞ୍ଚଳିକ ପାଣିପାଗ କେନ୍ଦ୍ର ପକ୍ଷରୁ ରାଜ୍ୟର ପ୍ରାୟ ୧୫ଟି ଜିଲ୍ଲାରେ ବର୍ଷା ସହ ଘଡଘଡିର ସମ୍ଭାବନା ରହିଥିବା ନେଇ ଶୁକ୍ରବାର ଦିନ ପୂର୍ବାନୁମାନ କରାଯାଇଛି ।
ଏହିସବୁ ଜିଲ୍ଲାଗୁଡିକରେ ବିଭାଗ ପକ୍ଷରୁ ରାତି ୭ଟା ୩୦ମି. ଯାଏଁ ସତର୍କ ସୂଚନା ଜାରି କରାଯାଇଛି ।
ପାଣିପାଗ ବିଭାଗର ସଦ୍ୟ ବୁଲେଟିନ୍ ଅନୁଯାୟୀ କଟକ, ଖୋର୍ଦ୍ଧା, ଭଦ୍ରକ, ଯାଜପୁର, ମାଲକାନଗିରି, କୋରାପୁଟ, ଗଜପତି, ଗଞ୍ଜାମ, ରାୟଗଡା, କନ୍ଧମାଳ, ନୟାଗଡ, ବାଲେଶ୍ୱର, ଅନୁଗୁଳ, ଢେଙ୍କାନାଳ ଓ ମୟୂରଭଞ୍ଜ ଆଦି ଜିଲ୍ଲାର ଗୋଟିଏ କିମ୍ବା ଦୁଇଟି ସ୍ଥାନରେ ସାମାନ୍ୟରୁ ମଧ୍ୟମ ଧରଣର ବର୍ଷା ସମ୍ଭାବନା ରହିଛି ।
Comments are closed.