Latest Odisha News

BREAKING NEWS

ଜାଣନ୍ତୁ, ରାଜ୍ୟର କେଉଁସବୁ ଜିଲ୍ଲାରେ ବଜ୍ରପାତ ସହ ବର୍ଷା ଆଶଙ୍କା

ଭୁବନେଶ୍ୱର : ରାଜ୍ୟର କଟକ ସମେତ ୮ଟି ଜିଲ୍ଲାରେ ବର୍ଷା ସହ ଘଡଘଡିର ଆଶଙ୍କା ରହିଥିବା ନେଇ ଭୁବନେଶ୍ୱର ସ୍ଥିତ ଆଞ୍ଚଳିକ ପାଣିପାଗ କେନ୍ଦ୍ର ପକ୍ଷରୁ ମଙ୍ଗଳବାର ଦିନ ପୂର୍ବାନୁମାନ କରାଯାଇଛି ।

ବିଭାଗ ପକ୍ଷରୁ ଜାରି ବୁଲେଟିନ୍ ଅନୁଯାୟୀ ଅନୁଗୁଳ, ଢେଙ୍କାନାଳ, ମୟୂରଭଞ୍ଜ, କେନ୍ଦୁଝର, ବାଲେଶ୍ୱର, କଟକ, ଯାଜପୁର, ଖୋର୍ଦ୍ଧା ଓ ନୟାଗଡ ଆଦି ଅଞ୍ଚଳର ଗୋଟିଏ କିମ୍ବା ଦୁଇଟି ସ୍ଥାନରେ ମଧ୍ୟମ ଧରଣର ବର୍ଷା ଆଶଙ୍କା ରହିଛି ।

ଏହିସବୁ ସ୍ଥାନଗୁଡିକରେ ପାଣିପାଗ ବିଭାଗ ପକ୍ଷରୁ ଅପରାହ୍ନ ୫ଟା ୩୦ ଯାଏଁ ସତର୍କ ରହିବାକୁ ପରାମର୍ଶ ଦିଆଯାଇଛି ।

Leave A Reply

Your email address will not be published.