Latest Odisha News

BREAKING NEWS

ରାଜ୍ୟର ୮ଟି ଜିଲ୍ଲାରେ ବଜ୍ରପାତ ସହ ବର୍ଷା ଆଶଙ୍କା

ଭୁବନେଶ୍ୱର : ଭୁବନେଶ୍ୱର ସ୍ଥିତ ଆଞ୍ଚଳିକ ପାଣିପାଗ କେନ୍ଦ୍ର ପକ୍ଷରୁ ରାଜ୍ୟର ପ୍ରାୟ ୮ଟି ଜିଲ୍ଲାରେ ବର୍ଷା ସହ ଘଡଘଡିର ସମ୍ଭାବନା ରହିଥିବା ନେଇ ଶନିବାର ଦିନ ପୂର୍ବାନୁମାନ କରାଯାଇଛି ।

ରାଜ୍ୟର କଟକ ଓ ଭୁବନେଶ୍ୱର ସମେତ ନୟାଗଡ, ଗଜପତି, ଗଞ୍ଜାମ, ପୁରୀ, ନବରଙ୍ଗପୁର, ମାଲକାନଗିରି, କୋରାପୁଟ ଓ ଖୋର୍ଦ୍ଧା ଆଦି ଜିଲ୍ଲାର ଗୋଟିଏ କିମ୍ବା ଦୁଇଟି ସ୍ଥାନରେ ବଜ୍ରପାତ ସହ ମଧ୍ୟମ ଧରଣର ବର୍ଷା ଆଶଙ୍କା ରହିଛି ।

ଏହିସବୁ ଜିଲ୍ଲା ଗୁଡିକରେ ଆଞ୍ଚଳିକ ପାଣିପାଗ ବିଭାଗ ପକ୍ଷରୁ ସତର୍କ ସୂଚନା ଜାରି କରାଯାଇଥିବା ବେଳେ ଏଠାରେ ଦିନ ପ୍ରାୟ ୧ଟାରୁ ୪ଟା ମଧ୍ୟରେ ଘଡଘଡି ସହ ବର୍ଷା ହେବାର ସମ୍ଭାବନା ରହିଛି।

Leave A Reply

Your email address will not be published.