Latest Odisha News

BREAKING NEWS

ଆସନ୍ତା ୨ ଦିନ ଯାଏଁ ଝଡ଼ବର୍ଷା ସମ୍ଭାବନା

ଭୁବନେଶ୍ୱର: ଓଡ଼ିଶାର ବିଭିନ୍ନ ଅଞ୍ଚଳରେ ଆଗାମୀ ଦୁଇ ଦିନ ପର୍ଯ୍ୟନ୍ତ ବଜ୍ରପାତ ସହଝଡ଼ବର୍ଷା ଜାରି ରହିବାର ସମ୍ଭାବନା ରହିଛି ବୋଲି ଭାରତୀୟ ପାଣିପାଗ ବିଭାଗ (IMD) ସୋମବାର ଦିନ ସୂଚନା ଦେଇଛି।

ସେହିପରି, ଆଗାମୀ ଚାରି ଦିନ ମଧ୍ୟରେ ରାଜ୍ୟର କିଛି ଅଞ୍ଚଳରେ ହାଲୁକାରୁ ମଧ୍ୟମ ଧରଣର ବର୍ଷା କିମ୍ବା ବଜ୍ରପାତ ସହ ବର୍ଷା ହେବାର ସମ୍ଭାବନା ରହିଛି। ଏହା ପରେ ଅକ୍ଟୋବର ୨୩ ତାରିଖରୁ ରାଜ୍ୟର ଅଧିକାଂଶ ଅଞ୍ଚଳରେ ପାଗ ଶୁଖିଲା ରହିବ ବୋଲି ଅନୁମାନ କରାଯାଉଛି।

ପାଣିପାଗ ବିଭାଗ ପକ୍ଷରୁ ଅକ୍ଟୋବର ୨୧ ତାରିଖ ସକାଳ ପର୍ଯ୍ୟନ୍ତ ବିଭିନ୍ନ ଜିଲ୍ଲା ପାଇଁ ବଜ୍ରପାତ ନେଇ ‘ୟେଲୋ ୱାର୍ଣ୍ଣିଂ’ ଜାରି କରାଯାଇଛି। ପାଣିପାଗ ବୁଲେଟିନ୍‌ରେ IMD ରାୟଗଡ଼ା, କୋରାପୁଟ, ମାଲକାନଗିରି, ଗଜପତି, ଗଞ୍ଜାମ, ପୁରୀ, ଖୋର୍ଦ୍ଧା ଏବଂ ନୟାଗଡ଼ ଜିଲ୍ଲା ପାଇଁ ବଜ୍ରପାତ ଓ ଘଣ୍ଟା ପ୍ରତି ୩୦-୪୦ କିଲୋମିଟର ବେଗରେ ପବନ ବହିବା ନେଇ ‘ୟେଲୋ ୱାର୍ଣ୍ଣିଂ’ ଜାରି କରିଛି।

ସେହିପରି ଅକ୍ଟୋବର ୨୦ ଓ ୨୧ ତାରିଖରେ ରାୟଗଡ଼ା, ଗଜପତି ଏବଂ ଗଞ୍ଜାମ ଜିଲ୍ଲାରେ ବଜ୍ରପାତ ଓ ଝଡ଼ବର୍ଷା ସମ୍ଭାବନା ନେଇ ‘ୟେଲୋ ୱାର୍ଣ୍ଣିଂ’ ଜାରି କରାଯାଇଛି।

Leave A Reply

Your email address will not be published.