Latest Odisha News

BREAKING NEWS

୫ ଦିନ ଯାଏ କାଳବୈଶାଖୀ, ୨ ଦିନ ଛେଚିବ କୁଆପଥର

ଭୁବନେଶ୍ୱର: ତାତିରୁ ତ୍ରାହି । ୫ ଦିନ ବର୍ଷା । ଅସହ୍ୟ ଗରମ ଓ ଗୁଳୁଗୁଳିରୁ ରାଜ୍ୟବାସୀଙ୍କୁ ଆଶ୍ୱସ୍ତି । ଆଜିଠୁ ରାଜ୍ୟରେ ପାଗରେ ପରିବର୍ତ୍ତନ ଆସିଛି । ଆଗାମୀ ୫ ଦିନ ଯାଏ ରାଜ୍ୟର ବିଭିନ୍ନ ଜିଲ୍ଲାରେ କାଳବୈଶାଖୀ ବର୍ଷା ହେବ । ଏନେଇ ପାଣିପାଗ ବିଭାଗ ୨୫ ତାରିଖ ଯାଏ ବିଭିନ୍ନ ଜିଲ୍ଲାକୁ ୟେଲୋ ୱାର୍ଣ୍ଣିଂ ଜାରି କରିଛି ।

ଆଗାମୀ ୨୪ ଘଣ୍ଟାରେ କାଳବୈଶାଖୀ ସହ ଘଣ୍ଟାପ୍ରତି ୩୦ରୁ ୪୦ କିଲୋମିଟର ବେଗରେ ପବନ ସମ୍ଭାବନା ରହିଛି । ଏନେଇ କୋରାପୁଟ, ମାଲକାନଗିରି, ରାୟଗଡ଼ା, ଗଜପତି, ଗଞ୍ଜାମ, କନ୍ଧମାଳ, କଳାହାଣ୍ଡି, ନବରଙ୍ଗପୁର ଜିଲ୍ଲାକୁ ୟେଲୋ ୱାର୍ଣ୍ଣିଂ ଦିଆଯାଇଛି ।

୨୨ ତାରିଖରେ କାଳବୈଶାଖୀ ସହ ଘଣ୍ଟାପ୍ରତି ୪୦ରୁ ୫୦ କିଲୋମିଟର ବେଗର ପବନ ବହିପାରେ । ଏନେଇ ଗଞ୍ଜାମ, ଗଜପତି, ଖୋର୍ଦ୍ଧା, ପୁରୀ, ନୟାଗଡ଼, କୋରାପୁଟ, ମାଲକାନଗିରି, କଳାହାଣ୍ଡି, କନ୍ଧମାଳ, ରାୟଗଡ଼ା, କଟକ, ଜଗତସିଂହପୁର, ନବରଙ୍ଗପୁରକୁ ୟେଲୋ ଆଲର୍ଟ ଦିଆଯାଇଛି । କନ୍ଧମାଳ, ରାୟଗଡ଼ା, ଗଞ୍ଜାମ, କଳାହାଣ୍ଡି, କୋରାପୁଟ ଓ ନବରଙ୍ଗପୁରରେ କୁଆପଥର ବର୍ଷା ହେବ ।

୨୩ ତାରିଖରେ ସାରା ଓଡ଼ିଶାକୁ ପାଣିପାଗ ବିଭାଗ ୟେଲୋ ୱାର୍ଣ୍ଣିଂ ଦେଇଛି । ୨୨ ଜିଲ୍ଲାରେ କାଳବୈଶାଖୀ ବର୍ଷା ସହ ଘଣ୍ଟାପ୍ରତି ୪୦ରୁ ୫୦ କିଲୋମିଟର ବେଗର ପବନ ନେଇ ୟେଲୋ ୱାର୍ଣ୍ଣିଂ ଦିଆଯାଇଥିବା ବେଳେ କଟକ, ଯାଜପୁର, ଭଦ୍ରକ, ବୌଦ୍ଧ, ଅନୁଗୁଳ, ଢେଙ୍କାନାଳ, ବଲାଙ୍ଗିର, କଳାହାଣ୍ଡି ଓ କନ୍ଧମାଳ ଜିଲ୍ଲାରେ କୁଆପଥର ବର୍ଷା ହେବ ।

Leave A Reply

Your email address will not be published.