Latest Odisha News

BREAKING NEWS

ଜାଣନ୍ତୁ, ରାଜ୍ୟର କେଉଁସବୁ ଜିଲ୍ଲାରେ ବଜ୍ରପାତ ସହ ବର୍ଷା ଆଶଙ୍କା

ଭୁବନେଶ୍ୱର : ରାଜ୍ୟର କିଛି ସ୍ଥାନରେ ଦିନକୁଦିନ ଗ୍ରୀଷ୍ମପ୍ରବାହ ବୃଦ୍ଧି ପାଉଥିବାବେଳେ ପ୍ରାୟ ୧୩ଟି ଜିଲ୍ଲାରେ ବର୍ଷା ସହ ଘଡଘଡିର ସମ୍ଭାବନା ରହିଥିବା ନେଇ ଭୁବନେଶ୍ୱର ସ୍ଥିତ ଆଞ୍ଚଳିକ ପାଣିପାଗ କେନ୍ଦ୍ର ପକ୍ଷରୁ ସୋମବାର ଦିନ ପୂର୍ବାନୁମାନ କରାଯାଇଛି ।

ଜିଲ୍ଲାଗୁଡିକ ମଧ୍ୟରେ ନୂଆପଡା, ନବରଙ୍ଗପୁର, ବଲାଙ୍ଗିର, ନୟାଗଡ, ବରଗଡ, ସୋନପୁର, ବୌଦ୍ଧ, ମାଲକାନଗିରି, କୋରାପୁଟ, ରାୟଗଡା, କଳାହାଣ୍ଡି, କନ୍ଧମାଳ, ଗଞ୍ଜାମ ଓ ଗଜପତି ଆଦି ଜିଲ୍ଲା ରହିଛି ।

ଏହିସବୁ ଜିଲ୍ଲା ଗୁଡିକରେ ଆଞ୍ଚଳିକ ପାଣିପାଗ ବିଭାଗ ପକ୍ଷରୁ ସତର୍କ ସୂଚନା ଜାରି କରାଯାଇଥିବା ବେଳେ ଜିଲ୍ଲାର ଗୋଟିଏ କିମ୍ବା ଦୁଇଟି ସ୍ଥାନରେ ଘଣ୍ଟାପ୍ରତି ୩୦ରୁ ୪୦ କିମି.ବେଗରେ ପବନ ବୋହିବା ସହ ମଧ୍ୟମ ଧରଣର ବର୍ଷା ଆଶଙ୍କା ରହିଛି ।

ତେବେ ଏହିସବୁ ଜିଲ୍ଲାଗୁଡିକରେ ଦ୍ୱିପ୍ରହର ୧୨ଟା ୧୫ମି. ମଧ୍ୟରେ ବର୍ଷା ହେବାର ସମ୍ଭାବନା ରହିଥିବା ନେଇ ବିଭାଗ ପକ୍ଷରୁ ଆଲର୍ଟ ଜାରି କରାଯାଇଛି ।

Leave A Reply

Your email address will not be published.