Latest Odisha News

BREAKING NEWS

କାଳବୈଶାଖୀ ନେଇ ୧୩ ଜିଲ୍ଲାକୁ ୩ ଘଣ୍ଟା ପାଇଁ ୟେଲୋ ୱାର୍ଣ୍ଣିଂ

ଭୁବନେଶ୍ୱର: ସାମାନ୍ୟରୁ ମଧ୍ୟମଧରଣର କାଳବୈଶାଖୀ ନେଇ ପାଣିପାଗ ବିଭାଗ ୟେଲୋ ୱାର୍ଣ୍ଣିଂ ଜାରି କରିଛି । ୧୩ ଗୋଟି ଜିଲ୍ଲାକୁ ସତର୍କ ସୂଚନା ଜାରି ହୋଇଛି । ଏହି ସମୟରେ ଝଟକା ପବନର ବେଗ ଘଣ୍ଟାପ୍ରତି ୩୦ରୁ ୪୦ କିଲୋମିଟର ରହିବ । ୧୩ ଜିଲ୍ଲାର କେତେକ ସ୍ଥାନରେ ସାମାନ୍ୟରୁ ମଧ୍ୟମ ଧରଣର ବର୍ଷା ସମ୍ଭାବନା ରହିଛି ।

ଏନେଇ ମୟୂରଭଞ୍ଜ, ବାଲେଶ୍ୱର, କେନ୍ଦୁଝର, ଢେଙ୍କାନାଳ, ଯାଜପୁର, କଟକ, ଜଗତସିଂହପୁର, କୋରାପୁଟ, ଗଜପତି, ଗଞ୍ଜାମ, ରାୟଗଡ଼ା, ମାଲକାନଗିରି ଓ ଖୋର୍ଦ୍ଧା ଜିଲ୍ଲାକୁ ୩ ଘଣ୍ଟା ପାଇଁ ସତର୍କ କରାଯାଇଛି । ପାଗକୁ ଦେଖି ବଜ୍ରପାତ ବେଳେ ସୁରକ୍ଷିତ ସ୍ଥାନକୁ ଚାଲିଯିବାକୁ ପରାମର୍ଶ ଦେଇଛି ପାଣିପାଗ ବିଭାଗ ।

Leave A Reply

Your email address will not be published.