Latest Odisha News

BREAKING NEWS

୨ ଘଣ୍ଟା ମଧ୍ୟରେ ୧୧ ଜିଲ୍ଲାରେ କାଳବୈଶାଖୀ ବର୍ଷା, ଭୁବନେଶ୍ୱରରେ ଛେଚୁଛି କୁଆପଥର

ଭୁବନେଶ୍ୱର: ରାଜ୍ୟର ବିଭିନ୍ନ ଜିଲ୍ଲାରେ କାଳବୈଶାଖୀ ବର୍ଷା ଲାଗି ରହିଛି । ଆସନ୍ତା ୨ ଘଣ୍ଟା ମଧ୍ୟରେ ୧୧ ଜିଲ୍ଲାରେ ଘଡ଼ଘଡ଼ ସହ କୁଆପଥର ବର୍ଷା ହେବା ନେଇ ୟେଲୋ ୱାର୍ଣ୍ଣିଂ ଜାରି କରିଛି ଆଞ୍ଚଳିକ ପାଣିପାଗ ବିଭାଗ ।

କଟକ, ଜଗତସିଂହପୁର ଓ କେନ୍ଦ୍ରାପଡ଼ା ଜିଲ୍ଲାରେ ଆସନ୍ତା ୨ ଘଣ୍ଟାରେ କାଳବୈଶାଖୀ ସହ କୁଆପଥର ବର୍ଷା ହେବ । ଏବେ ରାୟଗଡ଼ା, କନ୍ଧମାଳ, କଳାହାଣ୍ଡି, ବଲାଙ୍ଗିର, ନୟାଗଡ଼, ଖୋର୍ଦ୍ଧା, ବଲାଙ୍ଗିର ଓ ପୁରୀ ଜିଲ୍ଲାରେ କାଳବୈଶାଖୀ ବର୍ଷା ଲାଗି ରହିଛି ।

ଭୁବନେଶ୍ୱରର କେତେକ ସ୍ଥାନରେ କୁଆପଥର ବର୍ଷା ହୋଇଥିବା ଜଣାପଡ଼ିଛି । ବଜ୍ରପାତ ଓ ଘଡ଼ଘଡ଼ ବର୍ଷା ହେଉଥିବାରୁ ପାଗକୁ ଦେଖି ବାହାରକୁ ବାହାରିବା ଲାଗି ଲୋକଙ୍କୁ ପରାମର୍ଶ ଦେଇଛି ପାଣିପାଗ ବିଭାଗ ।

ଆସନ୍ତାକାଲି କାଳବୈଶାଖୀ ବର୍ଷା ନେଇ ଭଦ୍ରକ, ବାଲେଶ୍ୱର, କେନ୍ଦ୍ରାପଡ଼ା, ଯାଜପୁର, ମୟୂରଭଞ୍ଜ, କେନ୍ଦୁଝର, ଢେଙ୍କାନାଳ, ନୂଆପଡ଼ା, କଳାହାଣ୍ଡି, ନବରଙ୍ଗପୁର, ରାୟଗଡ଼ା, କୋରାପୁଟ, ମାଲକାନଗିରି, କଟକ ଜିଲ୍ଲାକୁ ପାଣିପାଗ ବିଭାଗ ୟେଲୋ ୱାର୍ଣ୍ଣିଂ ଜାରି କରିଛି । ୨୪ ତାରିଖ ଯାଏ ବିଭିନ୍ନ ଜିଲ୍ଲାରେ ବର୍ଷା ସହ ବଜ୍ରପାତ ଲାଗି ରହିବା ନେଇ ଆକଳନ କରିଛି ପାଣିପାଗ ବିଭାଗ ।

Comments are closed.