Latest Odisha News

BREAKING NEWS

ଆଗାମୀ ୩ ଘଣ୍ଟା ମଧ୍ୟରେ ବିଜୁଳି ଘଡ଼ଘଡ଼ି ବର୍ଷା ନେଇ ୧୮ ଜିଲ୍ଲାକୁ ୱାର୍ଣ୍ଣିଂ

ଭୁବନେଶ୍ୱର: ସ୍ୱଳ୍ପ ବର୍ଷା ସହ ବିଜୁଳି ଓ ଘଡ଼ଘଡ଼ି ହେବ । ଏନେଇ ୧୮ ଜିଲ୍ଲାକୁ ଆଞ୍ଚଳିକ ପାଣିପାଗ ବିଜ୍ଞାନ କେନ୍ଦ୍ର ୟେଲୋ ୱାର୍ଣ୍ଣିଂ ଜାରି କରିଛି । ଆଗାମୀ ୩ ଘଣ୍ଟା ମଧ୍ୟରେ ୧୮ ଜିଲ୍ଲାରେ ବିଜୁଳି ଘଡ଼ଘଡ଼ି ବର୍ଷା ନେଇ ସତର୍କ କରାଇଛି ଆଞ୍ଚଳିକ ପାଣିପାଗ ବିଜ୍ଞାନ କେନ୍ଦ୍ର ।

ଏଥିସହ ପଢ଼ନ୍ତୁ: ‘ବାତ୍ୟା’ ନେଇ କଣ କହିଲେ IMD ଡିଜି ?

କନ୍ଧମାଳ, କଳାହାଣ୍ଡି, କୋରାପୁଟ, ରାୟଗଡ଼ା, ମାଲକାନଗିରି, ନବରଙ୍ଗପୁର, ନୂଆପଡ଼ା, ବରଗଡ଼, ବଲାଙ୍ଗିର, ଦେବଗଡ଼, ସୁନ୍ଦରଗଡ଼, ମୟୂରଭଞ୍ଜ, କେନ୍ଦୁଝର, ଅନୁଗୁଳ, ଢେଙ୍କାନାଳ, ଗଜପତି, ଗଞ୍ଜାମ ଓ ନବରଙ୍ଗପୁର ଜିଲ୍ଲାକୁ ସତର୍କ ସୂଚନା ଦିଆଯାଇଛି ।

ପାଗକୁ ଦେଖି ଘରୁ ବାହାରିବା ଏବଂ ବର୍ଷା ଘଡ଼ଘଡ଼ିକୁ ଦେଖି ସୁରକ୍ଷିତ ସ୍ଥାନକୁ ଚାଲିଯିବା ଲାଗି ପାଣିପାଗ ବିଭାଗ ପରାମର୍ଶ ଦେଇଛି । ରାଜ୍ୟର ବିଭିନ୍ନ ଜିଲ୍ଲାରେ ଆଉ ୨ ଦିନ ଏଭଳି ବିଜୁଳି ଘଡ଼ଘଡ଼ି ବର୍ଷା ଲାଗି ରହିପାରେ ।

Leave A Reply

Your email address will not be published.