Latest Odisha News

ଆଗାମୀ ୪ ଦିନ ଯାଏ କାଳବୈଶାଖୀ, ବିଭିନ୍ନ ଜିଲ୍ଲାକୁ ୟେଲୋ ୱାର୍ଣ୍ଣିଂ

ଭୁବନେଶ୍ୱର: ଗୁରୁବାର ଠାରୁ ରାଜ୍ୟର ବିଭିନ୍ନ ସ୍ଥାନରେ ଆରମ୍ଭ ହୋଇଥିବା କାଳବୈଶାଖୀ ଆଉ ୪ ଦିନ ଲାଗି ରହିବ । ଏନେଇ ପାଣିପାଗ ବିଭାଗ ବିଭିନ୍ନ ଜିଲ୍ଲାକୁ ୟେଲୋ ୱାର୍ଣ୍ଣିଂ ଜାରି କରିଛି । କାଳବୈଶାଖୀ ଫଳରେ ତାତି ଓ ଗୁଳୁଗୁଳିରୁ ଆଶ୍ୱସ୍ତ ମିଳିଛି । ୧୨ ତାରିଖ ଯାଏ କାଳବୈଶାଖୀ ବର୍ଷା ଜାରି ରହିବା ନେଇ ଆଞ୍ଚଳିକ ପାଣିପାଗ ବିଜ୍ଞାନ କେନ୍ଦ୍ର ପୂର୍ବାନୁମାନ କରିଛି । ଆଗାମୀ ୪ ଦିନ ଯାଏ ଦିନ ତାପାମାତ୍ରାରେ ବିଶେଷ ପରିବର୍ତ୍ତନ ହେବ ନାହିଁ ।

୯ ତାରିଖରେ କାଳବୈଶାଖୀ ବର୍ଷା ନେଇ ୧୧ଟି ଜିଲ୍ଲାକୁ ୟେଲୋ ୱାର୍ଣ୍ଣିଂ ଜାରି ହୋଇଛି । କେନ୍ଦୁଝର, ମୟୂରଭଞ୍ଜ, ଯାଜପୁର, ବାଲେଶ୍ୱର, ଭଦ୍ରକ, ଢେଙ୍କାନାଳ, କନ୍ଧମାଳ, ଗଜପତି, ଗଞ୍ଜାମ, ରାୟଗଡ଼ା ଓ କେନ୍ଦ୍ରାପଡ଼ା ଜିଲ୍ଲାରେ କାଳବୈଶାଖୀ ସମ୍ଭାବନା ରହିଛି । ଘଣ୍ଟାପ୍ରତି ୩୦ରୁ ୪୦ କିମି ବେଗରେ ପବନ ବହିପାରେ ।

ସେହିଭଳି ୧୦ ତାରିଖରେ ୧୨ ଜିଲ୍ଲାକୁ କାଳବୈଶାଖୀ ନେଇ ୟେଲୋ ୱାର୍ଣ୍ଣିଂ ଜାରି କରାଯାଇଛି । କନ୍ଧମାଳ, ରାୟଗଡ଼ା, ଖୋର୍ଦ୍ଧା, କଟକ, ଗଞ୍ଜାମ, ନୟାଗଡ଼, ବୌଦ୍ଧ, ପୁରୀ, କୋରାପୁଟ, ମାଲକାନଗିରି, କେନ୍ଦୁଝର ଓ ମୟୂରଭଞ୍ଜ ଜିଲ୍ଲାକୁ କାଳବୈଶାଖୀ ସତର୍କତା ଜାରି ହୋଇଛି । କାଳବୈଶାଖୀ ବର୍ଷା ସହ ଘଣ୍ଟା ପ୍ରତି ୩୦ରୁ ୪୦ କିମି ବେଗରେ ପବନ ବହିବ । ୧୧ ତାରିଖରେ କଳାହାଣ୍ଡି, କନ୍ଧମାଳ, ବୌଦ୍ଧ, ଦେବଗଡ଼, କେନ୍ଦୁଝର, ମୟୂରଭଞ୍ଜ, ଅନୁଗୁଳ ଓ ନବରଙ୍ଗପୁର ଆଦି ୮ଟି ଜିଲ୍ଲାକୁ ୟେଲୋ ୱାର୍ଣ୍ଣିଂ ଜାରି ହୋଇଛି । କାଳବୈଶାଖୀ ବର୍ଷା ସହ ଘଣ୍ଟା ପ୍ରତି ୩୦ରୁ ୪୦ କିମି ବେଗରେ ପବନ ବହିବ ।

୧୨ ତାରିଖରୁ ୧୩ ତାରିଖ ସକାଳ ୮ଟା ୩୦ ଯାଏ କୋରାପୁଟ, ମାଲକାନଗିରି, ନବରଙ୍ଗପୁର, ରାୟଗଡ଼ା, କଳାହାଣ୍ଡି, କନ୍ଧମାଳ, ବଲାଙ୍ଗିର ଓ ଗଜପତି ଆଦି ୮ଟି ଜିଲ୍ଲାକୁ ୟେଲୋ ୱାର୍ଣ୍ଣିଂ ଜାରି କରାଯାଇଛି । ଏହିସବୁ ଜିଲ୍ଲାରେ କାଳବୈଶାଖୀ ବର୍ଷା ନେଇ ଆକଳନ କରିଛି ପାଣିପାଗ ବିଭାଗ ।

Leave A Reply

Your email address will not be published.