Latest Odisha News

ବର୍ଷା ଓ ବଜ୍ରପାତ ନେଇ ୧୭ ଜିଲ୍ଲାପାଳଙ୍କୁ ସ୍ୱତନ୍ତ୍ର ରିଲିଫ୍ କମିଶନରଙ୍କ ଚିଠି

ଭୁବନେଶ୍ୱର: ଭିଜିବ ଓଡ଼ିଶା । ୧୭ରୁ ୨୦ ତାରିଖ ଯାଏ ରାଜ୍ୟରେ ୪ ଦିନ ବର୍ଷା । ବର୍ଷା ଓ ବଜ୍ରପାତ ନେଇ ସ୍ୱତନ୍ତ୍ର ରିଲିଫ୍ କମିଶନର ୧୭ଟି ଜିଲ୍ଲାର ଜିଲ୍ଲାପାଳଙ୍କୁ ଚିଠି ଲେଖିଛନ୍ତି । ପାଣିପାଗ ବିଭାଗ ସୂଚନା ଅନୁସାରେ ୧୭ଟି ଜିଲ୍ଲାର କେତେକ ସ୍ଥାନରେ ୧୭ ତାରିଖରୁ ୧୯ ତାରିଖ ଯାଏ କାଳବୈଶାଖୀ ବର୍ଷା ଓ ବଜ୍ରପାତ ହେବାର ସମ୍ଭାବନା ରହିଛି । ଅନୁଗୁଳ, ବାଲେଶ୍ୱର, ବରଗଡ଼, ଭଦ୍ରକ, ବଲାଙ୍ଗିର, ବୌଦ୍ଧ, କଟକ, ଦେବଗଡ଼, ଢେଙ୍କାନାଳ, ଯାଜପୁର, ଝାରସୁଗୁଡ଼ା, କନ୍ଧମାଳ, କେନ୍ଦୁଝର, ମୟୂରଭଞ୍ଜ, ନୂଆପଡ଼ା, ସମ୍ବଲପୁର ଓ ସୁନ୍ଦରଗଡ଼ ଜିଲ୍ଲାପାଳଙ୍କୁ ସ୍ୱତନ୍ତ୍ର ରିଲିଫ୍ କମିଶନର ଚିଠି ଲେଖିଛନ୍ତି ।

Image

୧୭ ତାରିଖରୁ ୧୮ ତାରିଖ ସକାଳ ମଧ୍ୟରେ ସୁନ୍ଦରଗଡ଼, ଝାରସୁଗୁଡ଼ା, ସମ୍ବଲପୁର, ଦେବଗଡ଼, କେନ୍ଦୁଝର, ମୟୂରଭଞ୍ଜ, ବାଲେଶ୍ୱର, ଅନୁଗୁଳ, ବଲାଙ୍ଗିର, ନୂଆପଡ଼ା ଓ ବରଗଡ଼ ଜିଲ୍ଲାର କେତେକ ସ୍ଥାନରେ କାଳବୈଶାଖୀ ସମ୍ଭାବନା ରହିଛି । ସେହିଭଳି ୧୮ ତାରିଖରୁ ୧୯ ତାରିଖ ସକାଳ ମଧ୍ୟରେ ସୁନ୍ଦରଗଡ଼, ଦେବଗଡ଼, କେନ୍ଦୁଝର, ମୟୂରଭଞ୍ଜ, ଅନୁଗୁଳ, ଢେଙ୍କାନାଳ, ବାଲେଶ୍ୱର, ଭଦ୍ରକ, ଯାଜପୁର, କଟକ, ବୌଦ୍ଧ ଓ କନ୍ଧମାଳ ଜିଲ୍ଲାର କେତକ ସ୍ଥାନରେ ବଜ୍ରପାତ ସହ କାଳବୈଶାଖୀ ବର୍ଷା ହୋଇପାରେ । ଏସବୁ ଜିଲ୍ଲାକୁ ୱେଲୋ ୱାର୍ଣ୍ଣିଂ ଜାରି କରାଯାଇଛି ।

Image

ଏହାଛଡ଼ା ଭଦ୍ରକ, କଟକ, ଅନୁଗୁଳ ଓ ମାଲକାନଗିରି ଜିଲ୍ଲାରେ ପାଗ ଶୁଖିଲା ରହିବା ନେଇ ପୂର୍ବାନୁମାନ କରିଛି ପାଣିପାଗ ବିଭାଗ । ଆସନ୍ତା ୨୪ ଘଣ୍ଟା ମଧ୍ୟରେ ବରଗଡ଼, ଝାରସୁଗୁଡ଼ା, ସମ୍ବଲପୁର, ସୁନ୍ଦରଗଡ଼, ଦେବଗଡ଼, କେନ୍ଦୁଝର, ମୟୂରଭଞ୍ଜ ଓ ଅନୁଗୁଳ ଜିଲ୍ଲାର କେତେକ ସ୍ଥାନରେ ସାମାନ୍ୟରୁ ମଧ୍ୟମଧରଣର ବର୍ଷା ହୋଇପାରେ ।

Comments are closed.