Latest Odisha News

BREAKING NEWS

୫ଟି ଜିଲ୍ଲାରେ ବଜ୍ରପାତ ସହ ପ୍ରବଳ ବର୍ଷା ସମ୍ଭାବନା

ଭୁବନେଶ୍ୱର: ଓଡ଼ିଶାର ୫ଟି ଜିଲ୍ଲାରେ ଗୁରୁବାର ଦିନ ଝଡ଼ ବର୍ଷା ସହିତ ବଜ୍ରପାତ ହେବାର ସମ୍ଭାବନା ରହିଥିବାର ସତର୍କ ସୂଚନା ପ୍ରଦାନ କରିଛନ୍ତି ଭାରତୀୟ ପାଣିପାଗ ବିଭାଗ (ଆଇଏମଡ଼ି)ର ଭୁବନେଶ୍ୱରସ୍ଥିତ ଆଞ୍ଚଳିକ ପାଣିପାଗ ବିଭାଗ ।

ପାଣିପାଗ ବିଭାଗର ସତର୍କ ସୂଚନାନୁଯାୟୀ, ରାଜ୍ୟର ୫ଟି ଜିଲ୍ଲା ବାଲେଶ୍ୱର, ଭଦ୍ରକ, କେନ୍ଦ୍ରାପଡ଼ା, ଯାଜପୁର ଏବଂ ଜଗତସିଂହପୁର ଜିଲ୍ଲାର ଗୋଟିଏ ବା ଦୁଇଟି ସ୍ଥାନରେ ପ୍ରବଳ ବର୍ଷା ହେବାର ସମ୍ଭାବନା ରହିଛି । ଏହାବ୍ୟତୀତ, ଏହିସବୁ ଜିଲ୍ଲାମାନଙ୍କରେ ବଜ୍ରପାତ ସହିତ ଝଡ଼ବର୍ଷା ହେବାର ସମ୍ଭାବନା ରହିଛି ।

ଏହିସବୁ ଜିଲ୍ଲାରେ ଆଗାମୀ ଦିନ ୧୦ଟା ମଧ୍ୟରେ ପ୍ରବଳ ବୃଷ୍ଟିପାତ ହେବାର ସୂଚନା ପ୍ରଦାନ କରିଛନ୍ତି ପାଣିପାଗ ବିଭାଗ ।

ଗତ ଦୁଇଦିନ ଧରି ରାଜ୍ୟର ପ୍ରାୟ ଅଧିକାଂଶ ସ୍ଥାନମାନଙ୍କରେ ବର୍ଷା ଜାରି ରହିଥିବା ବେଳେ ଉତ୍ତର ପଶ୍ଚିମ ବଙ୍ଗୋପସାଗରରେ ଏକ ଲଘୁଚାପ ହେବାର ସମ୍ଭାବନା ରହିଛି । ଏହାଫଳରେ ଆଗାମୀ କିଛିଦିନ ଓଡ଼ିଶାରେ ପ୍ରବଳ ବୃଷ୍ଟିପାତ ହେବାର ଯଥେଷ୍ଟ ସମ୍ଭାବନା ରହିଛି ।

Leave A Reply

Your email address will not be published.