Latest Odisha News

BREAKING NEWS

କାଳବୈଶାଖୀ ସତର୍କତା, ୨୪ ଘଣ୍ଟା ମଧ୍ୟରେ ୧୩ ଜିଲ୍ଲାରେ ବର୍ଷା ଓ ଘୂର୍ଣ୍ଣିଝଡ଼ ସମ୍ଭାବନା, ୟେଲୋ ୱାର୍ଣ୍ଣିଂ ଜାରି 

ଭୁବନେଶ୍ବର: ଆସନ୍ତା ୨୪ ଘଣ୍ଟା ମଧ୍ୟରେ ରାଜ୍ୟର କିଛି ଜିଲ୍ଲାକୁ କାଳବୈଶାଖୀ ସତର୍କତା ଜାରି କରାଯାଇଛି । ରାଜ୍ୟର ଆଭ୍ୟନ୍ତର, ଉତ୍ତର, ଦକ୍ଷିଣ ଓ ଉପକୂଳର ୧୩ଟି ଜିଲ୍ଲାରେ କାଳବୈଶାଖୀ ଜନିତ ବର୍ଷା ଓ ଘୂର୍ଣ୍ଣିଝଡ଼ର ସମ୍ଭବାନା ରହିଛି । ଆଜି ଏନେଇ ସତର୍କ କରିଛି ଭୁବନେଶ୍ୱର ଆଞ୍ଚଳିକ ପାଣିପାଗ ବିଜ୍ଞାନ କେନ୍ଦ୍ର ।
ସୂଚନା ଅନୁସାରେ, ଆଜି ଅପରାହ୍ଣରୁ କାଲି ସକାଳ ୮ଟା ୩୦ ମଧ୍ୟରେ ମାଲକାନଗିରି, କୋରାପୁଟ, ରାୟଗଡା, ଗଜପତି, ଗଞ୍ଜାମ, କନ୍ଧମାଳ, ନୟାଗଡ଼, ଖୋର୍ଦ୍ଧା, ପୁରୀ, କେନ୍ଦୁଝର, ମୟୂରଭଞ୍ଜ, ବାଲେଶ୍ୱର ଓ ଭଦ୍ରକ ଜିଲ୍ଲାର ଅନେକ ସ୍ଥାନରେ ହାଲୁକାରୁ ମଧ୍ୟମ ବର୍ଷା ହେବ । 
ଏହାସହ ମାଲକାନଗିରି, କୋରାପୁଟ, ରାୟଗଡା, ଗଜପତି, ଗଞ୍ଜାମ, କନ୍ଧମାଳ, କେନ୍ଦୁଝର ଓ ମୟୂରଭଞ୍ଜ ଏହି ୮ଟି ଜିଲ୍ଲାର ଗୋଟିଏ କିମ୍ବା ଦୁଇଟି ସ୍ଥାନରେ ବିଜୁଳି ଓ ଘଡ଼ଘଡ଼ି ସହ  କୁଆପଥର ବର୍ଷା ହେବ ବୋଲି ପାଣିପାଗ ବିଭାଗ କହିଛି । ଏହି ସମୟରେ ପବନର ବେଗ ଘଣ୍ଟାପ୍ରତି ୩୦-୪୦ କିଲୋମିଟର ରହିବ । ଏହାକୁ ଦୃଷ୍ଟିରେ ରଖି ଏହି ୮ ଜିଲ୍ଲାକୁ ୟେଲୋ ଓ୍ଵାର୍ଣ୍ଣିଂ ଜାରି କରିଛି ଆଞ୍ଚଳିକ ପାଣିପାଗ ବିଜ୍ଞାନ କେନ୍ଦ୍ର । ଏହାସହ ଘରୁ ବାହାରକୁ ନ ବାହାରିବାକୁ ଲୋକଙ୍କୁ ସତର୍କ କରାଯାଇଛି । ଆସନ୍ତା ୧୬ ତାରିଖ ପର୍ଯ୍ୟନ୍ତ ରାଜ୍ୟର ଅନେକ ଜିଲ୍ଲାରେ କାଳବୈଶାଖୀ ସମ୍ଭାବନା ରହିଥିବା ପାଣିପାଗ ବିଭାଗ କହିଛି ।
Leave A Reply

Your email address will not be published.