Latest Odisha News

BREAKING NEWS

ଆଜି ୮ ଜିଲ୍ଲାରେ କାଳବୈଶାଖୀ ସମ୍ଭାବନା, ୟେଲୋ ୱାରିଂ ଜାରି 

ଭୁବନେଶ୍ୱର: ଆଜି ଓଡ଼ିଶାର ୮ଟି ଜିଲ୍ଲାରେ କାଳବୈଶାଖୀ ସମ୍ଭାବନା । ଆସନ୍ତା ୨୪ ଘଣ୍ଟା ମଧ୍ୟରେ ଘଡଘଡି ସହ ବର୍ଷା ହେବାର ସମ୍ଭାବନା ଥିବା ଆଞ୍ଚଳିକ ପାଣିପାଗ ବିଜ୍ଞାନ କେନ୍ଦ୍ର ପକ୍ଷରୁ ସୂଚନା ମିଳିଛି । ଦକ୍ଷିଣ ଓ ଉତ୍ତର ଆଭ୍ୟନ୍ତରୀଣ ଓଡ଼ିଶାରେ ବର୍ଷା ସମ୍ଭାବନା ରହିଛି । 

ଆଜି ଅପରାହ୍ଣରୁ ଆସନ୍ତାକାଲି ସକାଳ ମଧ୍ୟରେ କୋରାପୁଟ, ଗଜପତି, କେନ୍ଦୁଝର, ମୟୂରଭଞ୍ଜ, ବାଲେଶ୍ୱର, ରାୟଗଡା, ଦେବଗଡ ଓ ସୁନ୍ଦରଗଡ ଆଦି ଜିଲ୍ଲାର ଅନେକ ସ୍ଥାନରେ ଘଡଘଡି ବିଜୁଳି ସହ ବର୍ଷା ହେବାର ସମ୍ଭାବନା ରହିଛି । ଏନେଇ ପାଣିପାଗ ବିଭାଗ ପକ୍ଷରୁ ସତର୍କ ସୂଚନା ୟେଲୋ ୱାରିଂ ଜାରି କରାଯାଇଛି । ଏହି ସମୟରେ ପବନର ବେଗ ଘଣ୍ଟା ପ୍ରତି ୩୦-୪୦ କିଲୋମିଟର ରହିବ । 

ସେହିପରି ଦକ୍ଷିଣ, ଉତ୍ତର ଆଭ୍ୟନ୍ତରୀଣ ଓ ଉପକୂଳ ଓଡ଼ିଶାର ଅନେକ ଜିଲ୍ଲାର କିଛି ସ୍ଥାନରେ ମଧ୍ୟ ବର୍ଷା ହେବାର ସମ୍ଭାବନା ରହିଛି । ଏହାସହ ୧୯, ୨୦ ଓ ୨୧ ତାରିଖରେ ରାଜ୍ୟରେ କାଳବୈଶାଖୀର ସମ୍ଭାବନା ରହିଛି ବୋଲି ପାଣିପାଗ ବିଜ୍ଞାନ କେନ୍ଦ୍ର କହିଛି ।

Leave A Reply

Your email address will not be published.