Latest Odisha News

BREAKING NEWS

୧୬ଟି ଜିଲାରେ ଆସନ୍ତା ୨୪ ଘଣ୍ଟା ମଧ୍ୟରେ କାଳବୈଶାଖୀ ବର୍ଷା ସମ୍ଭାବନା, ୟେଲୋ ୱାର୍ଣ୍ଣିଂ ଜାରି 

ଭୁବନେଶ୍ଵର: ଆସନ୍ତା ୨୪ ଘଣ୍ଟା ମଧ୍ୟରେ ରାଜ୍ୟରେ ବଜ୍ରପାତ ସହ କାଳବୈଶାଖୀ ବର୍ଷା ସମ୍ଭାବନା । ଉତ୍ତର, ଆଭ୍ୟନ୍ତରୀଣ ଓ ଉପକୂଳବର୍ତ୍ତୀ ପ୍ରାୟ ୧୬ଟି ଜିଲାରେ କାଳବୈଶାଖୀ ଜନିତ ବର୍ଷା ହେବାର ସମ୍ଭାବନା ରହିଛି । ଏନେଇ ଭୁବନେଶ୍ୱର ଆଞ୍ଚଳିକ ପାଣିପାଗ ବିଜ୍ଞାନ କେନ୍ଦ୍ର ପକ୍ଷରୁ ସତର୍କ ସୂଚନା ୟେଲୋ ୱାର୍ଣ୍ଣିଂ ଜାରି କରାଯାଇଛି । 
ଆଜି ସନ୍ଧ୍ୟାରୁ ଆସନ୍ତାକାଲି ସକାଳ ୮.୩୦ ମଧ୍ୟରେ ବାଲେଶ୍ୱର, ଭଦ୍ରକ, ଯାଜପୁର, କେନ୍ଦ୍ରାପଡ଼ା, କଟକ, ଜଗତସିଂହପୁର, ଗଜପତି, ଗଞ୍ଜାମ, ଖୋର୍ଦ୍ଧା, ପୁରୀ, ନୟାଗଡ଼, ଢ଼େଙ୍କାନାଳ, ମୟୂରଭଞ୍ଜ, ରାୟଗଡା, କୋରାପୁଟ, ଓ କେନ୍ଦୁଝର ପ୍ରଭୃତି ୧୬ଟି ଜିଲାର ଅନେକ ସ୍ଥାନରେ ବିଜୁଳି ଘଡ଼ଘଡ଼ି ସହ ବର୍ଷା ହେବାର ସମ୍ଭାବନା ରହିଛି । ଏହି ସମୟରେ ପବନର ବେଗ ୩୦-୪୦ କିଲୋମିଟର ରହିବ । 
ଏହାସହ ପୁରୀ, ଖୋର୍ଦ୍ଧା, ବଲାଙ୍ଗିର, କୋରାପୁଟ, କଳାହାଣ୍ଡି, କନ୍ଧମାଳ, ଗଞ୍ଜାମ, ଗଜପତି, ରାୟଗଡ଼ା, ଅନୁଗୁଳ, କଟକ, ନୟାଗଡ଼, ଯାଜପୁର, କେନ୍ଦୁଝର, ନବରଙ୍ଗପୁର, ନୂଆପଡ଼ା ଜିଲା ସମେତ କଟକ ଓ ଭୁବନେଶ୍ଵରବାସୀଙ୍କୁ ସତର୍କ ରହିବାକୁ ପାଣିପାଗ ବିଭାଗ କହିଛି । ଏଥିସହ ଆସନ୍ତା ୨୪ ତାରିଖ ପର୍ଯ୍ୟନ୍ତ ରାଜ୍ୟରେ କାଳବୈଶାଖୀ ବର୍ଷା ହେବାର ସମ୍ଭାବନା ଥିବା ଆଞ୍ଚଳିକ ପାଣିପାଗ ବିଜ୍ଞାନ କେନ୍ଦ୍ର ସୂଚନା ଦେଇଛି ।
Leave A Reply

Your email address will not be published.