ଭୁବନେଶ୍ୱର: ରାଜ୍ୟରେ ଜାରି ରହିଛି କାଳବୈଶାଖୀ ବର୍ଷା। ଆହୁରି ୪ ଦିନ କାଳବୈଶାଖୀ ବର୍ଷା ଥିବା ନେଇ ପାଣିପାଗ ବିଭାଗ ପକ୍ଷରୁ ସୂଚନା ଦିଆଯାଇଛି। ଆଜି ବିଜୁଳି, ଘଡ଼ଘଡ଼ି ସହ କୁଆପଥର ବର୍ଷା ପାଇଁ ମୟୂରଭଞ୍ଜ, ବାଲେଶ୍ବର, କେନ୍ଦୁଝର, ଭଦ୍ରକ, ସମ୍ବଲପୁର ସମେତ ୯ ଜିଲ୍ଲାକୁ ଅରେଞ୍ଜ ୱାର୍ଣ୍ଣିଂ ଦିଆଯାଇଛି। ଏସବୁ ଜିଲ୍ଲାରେ ଘଣ୍ଟା ପ୍ରତି ୫୦ରୁ ୬୦ କିଲୋମିଟର ବେଗରେ ପବନ ବହିବ।
ସେହିପରି ଆଜି ବିଜୁଳି, ଘଡ଼ଘଡ଼ି ପାଇଁ ୨୧ଜିଲ୍ଲାକୁ ୟେଲୋ ୱାର୍ଣ୍ଣିଂ ଦିଆଯାଇଛି। ୨୯ ଓ ୩୦ ତାରିଖରେ ଓଡ଼ିଶାର ଅଧିକାଂଶ ସ୍ଥାନରେ ବର୍ଷା ହେବ ବୋଲି ପାଣିପାଗ ବିଜ୍ଞାନ କେନ୍ଦ୍ର ପୂର୍ବାନୁମାନ କରିଛି। ଆସନ୍ତା ୧ ତାରିଖ ପର୍ଯ୍ୟନ୍ତ ରାଜ୍ୟର ବିଭିନ୍ନ ସ୍ଥାନରେ କାଳବୈଶାଖୀ ଆଶଙ୍କା ରହିଛି।
ଗତ ୨୪ ଘଣ୍ଟା ମଧ୍ୟରେ ଉତ୍ତର ଆଭ୍ୟନ୍ତରୀଣ ଓଡ଼ିଶାର କେତେକ ସ୍ଥାନରେ ସର୍ବାଧିକ ତାପମାତ୍ରା ୨ରୁ ୪ ଡିଗ୍ରୀ ସେଲସିୟସ ଯାଏ କମିଛି। ଫଳରେ ତାତିରୁ ସାମାନ୍ୟ ଆଶ୍ୱସ୍ତୀ ମିଳିଛି।
Comments are closed.