Latest Odisha News

BREAKING NEWS

ରାଜ୍ୟରେ ତାଣ୍ଡବ ରଚିବ କାଳବୈଶାଖୀ: ୭ ଜିଲ୍ଲାକୁ ଅରେଞ୍ଜ, ୮ ଜିଲ୍ଲାକୁ ୱେଲୋ ୱାର୍ଣ୍ଣିଂ ଜାରି

ଭୁବନେଶ୍ୱର: ଆଜି ପାଇଁ ପୁରା ରାଜ୍ୟକୁ କାଳବୈଶାଖୀ ବର୍ଷା ନେଇ ଚେତାବନୀ ଦେଇଛି ପାଣିପାଗ ବିଭାଗ। ୭ ଜିଲ୍ଲାକୁ ବିଜୁଳି ଘଡ଼ଘଡ଼ି ସହ ପ୍ରବଳ ବର୍ଷା ନେଇ ଅରେଞ୍ଜ ୱାର୍ଣ୍ଣିଂ ଜାରି ହୋଇଛି। ଏବେ କାଳବୈଶାଖୀ ବର୍ଷା ତାଣ୍ଡବ ରଚୁଥିବା ବେଳେ ୪ ତାରିଖ ପରେ ତାତି ବଢିବ।

ତେବେ ଆଜି ତାଣ୍ଡବ ରଚିବ କାଳବୈଶାଖୀ। ଆଜି ମୟୂରଭଞ୍ଜ, କେନ୍ଦୁଝର, ବାଲେଶ୍ବର, ଭଦ୍ରକ, କେନ୍ଦ୍ରାପଡ଼ା, ଜଗତସିଂହପୁର ଏବଂ ଯାଜପୁର ଜିଲ୍ଲାକୁ କାଳବୈଶାଖୀ ପାଇଁ ଅରେଞ୍ଜ ୱାର୍ଣ୍ଣିଂ ଜାରି କରାଯାଇଛି। କିଛି ଅଞ୍ଚଳରେ କୁଆପଥର ସହ ପ୍ରବଳ ବର୍ଷା ହୋଇପାରେ। ବିଜୁଳି ଘଡ଼ଘଡ଼ି ସହ ଘଣ୍ଟା ପ୍ରତି ୫୦ରୁ ୬୦ କିଲୋମିଟର ବେଗରେ ପବନ ବହିପାରେ।

କଟକ, ଢେଙ୍କାନାଳ, ଅନୁଗୁଳ, ସମ୍ବଲପୁର, ବୌଦ୍ଧ, ସୁବର୍ଣ୍ଣପୁର, ବଲାଙ୍ଗିର ଓ ବରଗଡ଼ ଜିଲ୍ଲାରେ ବିଜୁଳି ଘଡ଼ଘଡ଼ି ସହ ବର୍ଷା ସମ୍ଭାବନା ରହିଛି। ଏହି ସବୁ ଜିଲ୍ଲା ଗୁଡ଼ିକ ପାଇଁ ୟେଲୋ ୱାର୍ଣ୍ଣିଂ ଜାରି କରାଯାଇଛି। କାଳବୈଶାଖୀ ପ୍ରଭାବରେ ସାରା ରାଜ୍ୟରେ ଦିନ ତାପମାତ୍ରା ୩୭ ଡିଗ୍ରୀକୁ ଖସି ଆସିଥିବାବେଳେ ଆଗାମୀ ୩ ଦିନ ପରେ ୪ ଡିଗ୍ରୀ ପର୍ଯ୍ୟନ୍ତ ସର୍ବାଧିକ ତାପମାତ୍ରା ବଢିବା ସମ୍ଭାବନା ରହିଛି।

Comments are closed.