Latest Odisha News

BREAKING NEWS

ଆସନ୍ତା ୨୪ ଘଣ୍ଟା ମଧ୍ୟରେ ୧୦ ଜିଲ୍ଲାକୁ କାଳବୈଶାଖୀ ସମ୍ଭବାନା, ୟେଲୋ ଓ୍ଵାର୍ଣ୍ଣିଂ ଜାରି 

ଭୁବନେଶ୍ୱର: ଆଗାମୀ ୨୪ ଘଣ୍ଟା ମଧ୍ୟରେ ୧୦ ଜିଲ୍ଲାକୁ କାଳବୈଶାଖୀ ବର୍ଷା ସମ୍ଭବାନା ରହିଛି । ରାଜ୍ୟର ଦକ୍ଷିଣ, ପଶ୍ଚିମ ଓ ଉତ୍ତର ଆଭ୍ୟନ୍ତରୀଣ ଜିଲ୍ଲାଗୁଡିକରେ ଘଡଘଡି ସହ ବର୍ଷା ହେବ ବୋଲି ଭୁବନେଶ୍ବର ଆଞ୍ଚଳିକ ପାଣିପାଗ ବିଜ୍ଞାନ କେନ୍ଦ୍ର ପକ୍ଷରୁ ସୂଚନା ମିଳିଛି । ଏଥିପାଇଁ ୟେଲୋ ଓ୍ଵାର୍ଣ୍ଣିଂ ଜାରି କରିଛି ପାଣିପାଗ ବିଭାଗ । 
ଆଜି ଅପରାହ୍ନ ୧ଟା ୩୦ଘଣ୍ଟା ମଧ୍ୟରୁ ଆସନ୍ତାକାଲି ସକାଳ ୮ଟା ୩୦ ଘଣ୍ଟା ମଧ୍ୟରେ ମାଲକାନଗିରି, କୋରାପୁଟ, ନବରଙ୍ଗପୁର, ନୂଆପଡ଼ା, କଳାହାଣ୍ଡି, କନ୍ଧମାଳ, କେନ୍ଦୁଝର, ମୟୂରଭଞ୍ଜ, ରାୟଗଡ଼ା ଓ ଗଜପତି ପ୍ରଭୃତି ୧୦ଟି ଜିଲ୍ଲାର ଅନେକ ସ୍ଥାନରେ ଘଡ଼ଘଡ଼ି ସହ ବର୍ଷା ହେବାର ସମ୍ଭାବନା ରହିଛି । ଏହି ସମୟରେ ପବନର ବେଗ ଘଣ୍ଟାପ୍ରତି ୩୦-୪୦ କିଲୋମିଟର ରହିବ । ଏହି ସମୟରେ ସତର୍କ ରହିବାକୁ ପାଣିପାଗ ବିଭାଗ କହିଛି । 

 

Leave A Reply

Your email address will not be published.