Latest Odisha News

BREAKING NEWS

ପାଣିପାଗ ବିଭାଗର ସତର୍କ ଘଣ୍ଟି, ୨୪ ଘଣ୍ଟା ମଧ୍ୟରେ ୨୧ ଜିଲ୍ଲାରେ କାଳବୈଶାଖୀ ସମ୍ଭାବନା

ଭୁବନେଶ୍ୱର: ୨୪ ଘଣ୍ଟା ମଧ୍ୟରେ ୨୧ ଜିଲ୍ଲାରେ କାଳବୈଶାଖୀ ସମ୍ଭାବନା । ଆଜି ଭୁବନେଶ୍ୱର ଆଞ୍ଚଳିକ ପାଣିପାଗ ବିଜ୍ଞାନ କେନ୍ଦ୍ର ପକ୍ଷରୁ ଏନେଇ ସତର୍କ ସୂଚନା ଜାରି ହୋଇଛି ଆସନ୍ତା ୨୪ ଘଣ୍ଟା ମଧ୍ୟରେ ରାଜ୍ୟର ପଶ୍ଚିମ, ଆଭ୍ୟନ୍ତର, ଦକ୍ଷିଣ ଓ ଉପକୂଳର ୨୧ଟି ଜିଲ୍ଲାରେ କାଳବୈଶାଖୀ ଜନିତ ବର୍ଷା ଓ ଘୂର୍ଣ୍ଣିଝଡ଼ର ସମ୍ଭାବନା ରହିଛି ବୋଲି ପାଣିପାଗ ବିଭାଗ କହିଛି । 

ଆଜି ଅପରାହ୍ଣରୁ ଆସନ୍ତାକାଲି ସକାଳ ୮ଟା୩୦ ଘଣ୍ଟା ମଧ୍ୟରେ ରାଜ୍ୟର କିଛି ଜିଲ୍ଲାର ଅନେକ ସ୍ଥାନରେ ହାଲୁକାରୁ ମଧ୍ୟମ ବର୍ଷା ସହିତ ବଜ୍ରପାତ ହେବାର ସମ୍ଭାବନା ଅଧିକ ରହିଛି । କିଛି ସ୍ଥାନରେ କୁଆପଥର ବର୍ଷା ମଧ୍ୟ ହୋଇପାରେ ବୋଲି ପାଣିପାଗ ବିଭାଗ ସତର୍କ କରିଛି । 

ଏହାସହ କୋରାପୁଟ, ମାଲକାନଗିରି, ରାୟଗଡା, ଗଜପତି, ଗଞ୍ଜାମ, ନୟାଗଡ଼, ବୌଦ୍ଧ, ଅନୁଗୁଳ, ଢ଼େଙ୍କାନାଳ, କେନ୍ଦୁଝର ଓ ମୟୂରଭଞ୍ଜ ଜିଲ୍ଲାର କିଛି ସ୍ଥାନରେ କାଳବୈଶାଖୀ ସମ୍ଭାବନା ରହିଛି । ବଜ୍ରପାତ ଏବଂ କୁଆପଥର ବର୍ଷା ହେବାର ସମ୍ଭାବନା ଥିବା ଜଣାପଡିଛି । ଏହାକୁ ଦୃଷ୍ଟିରେ ରଖି ଏହି ୧୧ ଜିଲ୍ଲାକୁ ୟେଲୋ ଓ୍ଵାର୍ଣ୍ଣିଂ ଜାରି କରି ପାଣିପାଗ ବିଭାଗ । ଏହି ସମୟରେ ପବନର ବେଗ ୩୦-୪୦ କିଲୋମିଟର ରହିବ । ଏହି ସମୟରେ ଘରୁ ନ ବାହାରିବାକୁ ସତର୍କ କରିଛି ପାଣିପାଗ ବିଭାଗ । ଏହାସହ ଆଜିଠୁ ଆସନ୍ତା ୧୫ ତାରିଖ ପର୍ଯ୍ୟନ୍ତ ସମଗ୍ର ରାଜ୍ୟରେ ଏହିପରି ବର୍ଷା ଓ କାଳବୈଶାଖୀ ସମ୍ଭାବନା ଥିବା ପାଣିପାଗ ବିଜ୍ଞାନ କେନ୍ଦ୍ର ସୂଚାଇ ଦେଇଛି ।

Leave A Reply

Your email address will not be published.