ନୂଆଦିଲ୍ଲୀ: ନିର୍ଭୟା ଦୋଷୀଙ୍କୁ ଫାଶୀ ଦେବା ପାଇଁ କୋର୍ଟର ଦ୍ୱାରସ୍ଥ ହୋଇଛନ୍ତି ତିହାର ଜେଲ କର୍ତ୍ତୁପକ୍ଷ । ୪ ଜଣ ଦୋଷୀଙ୍କ ନାଁରେ ସାନୀ ଡେଥ ୱାରେଂଟ ଜାରି କରିବାକୁ ସେ ଟ୍ରାଏଲ କୋର୍ଟରେ ଆବେଦନ କରିଛନ୍ତି । ଫାଶୀର ତାରିଖ ଧାର୍ଯ୍ୟ କରିବା ପାଇଁ ପଟିଆଲା ହାଉସ କୋର୍ଟରେ ତିହାର ଜେଲ୍ କର୍ତ୍ତୁପକ୍ଷ ପିଟିସନ ଦାଖଲ କରିଛନ୍ତି ।
ପୂର୍ବରୁ ପଟିଆଲା ହାଉସ କୋର୍ଟ ଦୁଇ ଥର ନିର୍ଭୟା ଦୋଷୀଙ୍କ ନାଁରେ ଡେଥ ୱାରେଂଟ ଜାରି କରିଥିଲେ । ପ୍ରଥମେ ଜାନୁଆରୀ ୨୨ ଓ ପରେ ଫେବୃଆରୀ ୧କୁ ଘୁଂଚାଇ ଦିଆଯାଇଥିଲା । ତେବେ ଦୋଷୀମାନେ ରଜକ୍ଷମା ଆବେଦନ କରିଥିବାରୁ କୋର୍ଟ ଡେଥ ୱାରେଂଟ ତାରିଖକୁ ଅନିର୍ଦ୍ଦିଷ୍ଟ କାଳ ପାଇଁ ସ୍ଥିଗିତ ରଖିଛନ୍ତି ।
ସେପଟେ ଆସନ୍ତାକାଲି କେନ୍ଦ୍ର ସରକାରଙ୍କ ଆବେଦନ ଉପରେ ସୁପ୍ରିମକୋର୍ଟରେ ଶୁଣାଣି ହେବ । ଦିଲ୍ଲୀ ହାଇକୋର୍ଟଙ୍କ ରାୟକୁ ଚ୍ୟାଲେଂଜ କରି ସୁପ୍ରିମକୋର୍ଟରେ ଆବେଦନ କରିଥିଲେ କେନ୍ଦ୍ର ସରକାର । ଏହି ଆବେଦନକୁ ଗ୍ରହଣ କରିବା ସହ ଆସନ୍ତାକାଲି ଶୁଣାଣି କରିବେ ସର୍ବୋଚ୍ଚ ଅଦାଲତ ।
BREAKING NEWS
- ୩୩ ଜଣ ମାଓବାଦୀ ଆତ୍ମସମର୍ପଣ, ମାଓ ଡମ୍ପରୁ ୭କିଲୋ ସୁନା ସହ ୧୪ କୋଟିରୁ ଊର୍ଦ୍ଧ୍ବ…
- କାର୍ଯ୍ୟରେ ଅବହେଳା ଯୋଗୁଁ ସୁବର୍ଣ୍ଣପୁର ଡିଆରସିଏସ ନିଲମ୍ବିତ, ସୋନପୁର ଏଆସିଏସଙ୍କୁ ଅତିରିକ୍ତ ଦାୟିତ୍ୱ
- ଆଇଏଏସ ସ୍ତରରେ ଅଦଳବଦଳ, ଜାଣନ୍ତୁ କାହାକୁ ମିଳିଲା କେଉଁ ଦାୟିତ୍ବ…
- ଅବସର କେବେ ନେବେ କହିଲେ ସାମୀ
- ଆନ୍ତର୍ଜାତୀୟ ହକିରୁ ଅବସର ଘୋଷଣା କଲେ ମିଷ୍ଟର ବ୍ୟାକହ୍ୟାଣ୍ଡ
- ୫ ଲକ୍ଷ ଟଙ୍କା ଲାଞ୍ଚ ନେଇ ଭିଜିଲାନ୍ସ ଜାଲରେ ପୋଲିସ ହାଉସିଂ ଡେପୁଟି ମ୍ୟାନେଜର
- ଭୁବନେଶ୍ୱର ନିୟୁ ସିଟି ମାଷ୍ଟରପ୍ଲାନ୍ ପାଇଁ ଚୁକ୍ତି ସ୍ୱାକ୍ଷରିତ
- ଏପ୍ରିଲ ୧ରୁ ବଦଳିବ ନନ୍ଦନକାନନର ସମୟ ନିର୍ଘଣ୍ଟ, ପ୍ରତି ସୋମବାର ବନ୍ଦ ରହିବ ଉଭୟ ଉଦ୍ୟାନ
- ସରେଣ୍ଡର କଲେ ଦୁଇ ହାର୍ଡକୋର ମାଓବାଦୀ
- ଜୁନ ୨୬ରେ ଟିମ ଇଣ୍ଡିଆ ପକ୍ଷରୁ ପଦାର୍ପଣ ମ୍ୟାଚ ଖେଳି ପାରନ୍ତି ବୈଭବ
Comments are closed.