Latest Odisha News

BREAKING NEWS

ଟିଟିଲାଗଡ଼ ବିଧାୟକ ଅସୁସ୍ଥ; ସ୍ବାସ୍ଥ୍ୟବସ୍ଥା ପଚାରି ବୁଝିଲେ ମୁଖ୍ୟମନ୍ତ୍ରୀ

ଭୁବନେଶ୍ୱର: ଟିଟିଲାଗଡ଼ ବିଧାୟକ ନବୀନ କୁମାର ଜୈନ ଅସୁସ୍ଥ ହୋଇପଡ଼ିଛନ୍ତି। ସେ ରାୟପୁରର ରାମକୃଷ୍ଣ ହସ୍ପିଟାଲରେ ଚିକିତ୍ସାଧୀନ ଅଛନ୍ତି।

ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ଆଜି ଟେଲିଫୋନ ଯୋଗେ ନବୀନଙ୍କ ସହ କଥା ହୋଇ ତାଙ୍କ ସ୍ବାସ୍ଥ୍ୟବସ୍ଥା ବିଷୟରେ ପଚାରି ବୁଝିଛନ୍ତି। ଏଥିସହିତ ତାଙ୍କ ଆଶୁ ଆରୋଗ୍ୟ କାମନା କରିଛନ୍ତି।

ସୂତ୍ର ଅନୁଯାୟୀ, ନବୀନ କୁମାର ଡାଇରିଆ ଏବଂ ହାଇପରଗ୍ଲାଇସେମିଆ ଅଭିଯୋଗ କରିବା ପରେ ତାଙ୍କୁ ପ୍ରଥମେ ଏକ ଘରୋଇ ହସ୍ପିଟାଲରେ ଭର୍ତ୍ତି କରାଯାଇଥିଲା। ପରେ ରାୟପୁରକୁ ସ୍ଥାନାନ୍ତର କରାଯାଇଥିଲା।

 

Comments are closed.