ଭୁବନେଶ୍ୱର: ରାଜ୍ୟରେ ଦିନକୁ ଦିନ ବଢି ଚାଲିଛି ଓମିକ୍ରନ ସଂକ୍ରମିତଙ୍କ ସଂଖ୍ୟା । ଓମିକ୍ରନର ଗ୍ରାଫ ଦିନକୁ ଦିନ ଉପର ମୁହାଁ ହେବାରେ ଲାଗିଛି । କରୋନା ପରେ ଏବେ ଓମିକ୍ରନ ରାଜ୍ୟବାସୀଙ୍କ ପାଇଁ ଚିନ୍ତାର କାରଣ ପାଲଟିଛି ।
ଆଜି ରାଜ୍ୟରେ ପୁଣି ୧୪୫ ଜଣ ଓମିକ୍ରନ୍ ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ଆଇଏଲ୍ଏସ୍ ପକ୍ଷରୁ ରାଜ୍ୟ ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗକୁ ଏହି ସୂଚନା ଦିଆଯାଇଛି। ଆଇଏଲ୍ଏସ୍ ପକ୍ଷରୁ କୁହାଯାଇଛି ଯେ ଗତ ୯ ତାରିଖ ଠାରୁ ୧୬ ଯାଏଁ ୨୪୯ ଜଣଙ୍କର ନମୁନା ଜିନୋମ ସ୍ବିକେନ୍ସିଂ ପାଇଁ ପଠାଯାଇଥିଲା। ଏଥିରୁ ୧୪୫ ଜଣଙ୍କର ନମୁନାରେ ଓମିକ୍ରନ୍ ମିଳିଛି। ସ୍ବାସ୍ଥ୍ୟ ବିଭାଗ ପକ୍ଷରୁ ସମସ୍ତ ଆକ୍ରାନ୍ତଙ୍କ କଣ୍ଟ୍ରାକ୍ଟ ଟ୍ରେସିଂ ଜାରି ରହିଛି।
Comments are closed.