Latest Odisha News

BREAKING NEWS

ସୁସ୍ଥ ହେଲେ ଆଉ ୪୪୦ କରୋନା ଆକ୍ରାନ୍ତ

ଭୁବନେଶ୍ୱର: ରାଜ୍ୟରେ ଆକ୍ରାନ୍ତ ତୁଳନାରେ ବଢ଼ୁଛି ସୁସ୍ଥ ହାର । ଆଜି ପୁଣି ରାଜ୍ୟରୁ ଆଉ ୪୪୦ କରୋନା ଆକ୍ରାନ୍ତ ସୁସ୍ଥ ହୋଇ ଘରକୁ ଫେରିଛନ୍ତି । ଏହାକୁ ମିଶାଇ ରାଜ୍ୟରେ କରୋନା ଆକ୍ରାନ୍ତଙ୍କ ସୁସ୍ଥ ସଂଖ୍ୟା ୧୩,୭୪୯କୁ ବୃଦ୍ଧି ପାଇଛି ।

ତେବେ ଆଜି ସୁସ୍ଥ ହୋଇଥିବା ସଂକ୍ରମିତଙ୍କ ମଧ୍ୟରେ ଖୋର୍ଦ୍ଧାରୁ ସର୍ବାଧିକ ୮୩ ଜଣ ଅଛନ୍ତି । ସେହିପରି ଗଞ୍ଜାମରୁ ୬୮, ବାଲେଶ୍ୱରରୁ ୪୯, ମାଲକାନଗିରିରୁ ୪୦, ଜଗତସିଂହପୁରରୁ ୨୩, ଭଦ୍ରକରୁ ୨୧, ମୟୁରଭଞ୍ଜରୁ ୨୦, କୋରାପୁଟରୁ ୧୮, ପୁରୀରୁ ୧୭, ଝାରସୁଗୁଡ଼ାରୁ ୧୨, କେନ୍ଦୁଝରରୁ ୧୨, ନବରଙ୍ଗପୁରରୁ ୧୨, କଟକରୁ ୧୧, ବରଗଡ଼ରୁ ୧୦, ଯାଜପୁରରୁ ୯, ଅନୁଗୁଳରୁ ୯, କେନ୍ଦ୍ରାପଡ଼ାରୁ ୬, ସୁନ୍ଦରଗଡ଼ରୁ ୬, ବଲାଙ୍ଗୀରରୁ ୫, ସମ୍ବଲପୁରରୁ ୫, ନୟାଗଡ଼ରୁ ୪ ଜଣ କରୋନା ଆକ୍ରାନ୍ତ ସୁସ୍ଥ ହୋଇଛନ୍ତି । ଏନେଇ ରାଜ୍ୟ ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ପକ୍ଷରୁ ସୂଚନା ମିଳିଛି ।

Leave A Reply

Your email address will not be published.