Latest Odisha News

ଆଜି ରାଷ୍ଟ୍ରପତିଙ୍କ ଜନ୍ମଦିନ, ଶୁଭେଚ୍ଛା ଜଣାଇଲେ ମୁଖ୍ୟମନ୍ତ୍ରୀ ମୋହନ ମାଝୀ

ଭୁବନେଶ୍ୱର: ଆଜି ୬୬ ବର୍ଷରେ ପାଦ ଥାପିଛନ୍ତି ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ। ତାଙ୍କ ଜନ୍ମଦିନ ଅବସରରେ ଚାରିଆଡୁ ଶୁଭେଚ୍ଛାର ସୁଅ ଛୁଟୁଛି। ଏହି ଅବସରରେ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ଅଭିନନ୍ଦନ ଓ ଶୁଭେଚ୍ଛା ଜଣାଇଛନ୍ତି। ରାଷ୍ଟ୍ରପତି ମୁର୍ମୁ ଜୁନ୍ ୨୦ ତାରିଖରେ ତାଙ୍କର ଜନ୍ମ ଦିବସ ପାଳନ କରିଛନ୍ତି।

ମୁଖ୍ୟମନ୍ତ୍ରୀ କହିଛନ୍ତି ଯେ ଦେଶର ସର୍ବୋଚ୍ଚ ପଦବୀ ଅଳଙ୍କୃତ କରି ମାନ୍ୟବର ରାଷ୍ଟ୍ରପତି ଶ୍ରୀମତୀ ମୁର୍ମୁ ସେବା ଓ ସମର୍ପଣ ଭାବରେ ଦେଶକୁ ପ୍ରେରଣା ଦେଇ ଚାଲିଛନ୍ତି। ମୁର୍ମୁ ଓଡ଼ିଶାର ଗର୍ବ ଓ ଗୌରବ ବୋଲି ମତ ଦେବା ସହିତ ସେ ରାଷ୍ଟ୍ରପତିଙ୍କ ଦୀର୍ଘ ଓ ନିରାମୟ ଜୀବନ କାମନା କରିଛନ୍ତି।

ରାଷ୍ଟ୍ରପତି ମୁର୍ମୁ ୧୯୫୮ ଜୁନ ୨୦ ତାରିଖରେ ମୟୁରଭଞ୍ଜ ଜିଲ୍ଲା ରାଇରଙ୍ଗପୁରର ଉପରବେଡା ଗ୍ରାମରେ ଜନ୍ମ ଗ୍ରହଣ କରିଛନ୍ତି। ସେ ରାଷ୍ଟ୍ରପତି ହେବା ପୂର୍ବରୁ ଝାଡଖଣ୍ଡର ରାଜ୍ୟପାଳ ଥିଲେ।

Comments are closed.