Latest Odisha News

ନବାନ୍ନ ମାର୍ଚ୍ଚ ବେଳେ ସଂଘର୍ଷ: ବିଜେପି ପକ୍ଷରୁ ୧୨ ଘଣ୍ଟିଆ ‘ବେଙ୍ଗଲ ବନ୍ଦ’

କୋଲକାତା: ଭୀଷଣ ରୂପ ନେଉଛି ଡାକ୍ତରୀ ଛାତ୍ରୀଙ୍କୁ ଦୁଷ୍କର୍ମ ଓ ହତ୍ୟାର ପ୍ରତିବାଦ। ଅଭୟା କାଣ୍ଡ ପ୍ରତିବାଦରେ ଗତକାଲି ନବାନ୍ନ ମାର୍ଚ୍ଚ ବେଳେ ଛାତ୍ରଛାତ୍ରୀଙ୍କ ଉପରେ ପୋଲିସର ଦମନଲୀଳାକୁ ନିନ୍ଦା କରିଛି ବିଜେପି। ଏହାକୁ ବିରୋଧ କରି ଆଜି ୧୨ ଘଣ୍ଟିଆ ପଶ୍ଚିମବଙ୍ଗ ବନ୍ଦ ପାଳନ କରୁଛି ବିଜେପି।

ଆନ୍ଦୋଳନ ବେଳେ ପୋଲିସର ମାତ୍ରାଧିକ କାର୍ଯ୍ୟାନୁଷ୍ଠାନକୁ ବିରୋଧ କରାଯାଇଛି। କାର୍ଯ୍ୟାନୁଷ୍ଠାନକୁ ବିରୋଧ କରି ବିଜେପିର ପଶ୍ଚିମବଙ୍ଗ ବନ୍ଦ ଡାକରା ଦେଇଛି। ଗତକାଲି ୩୦ ହଜାରରୁ ଅଧିକ ଛାତ୍ରଛାତ୍ରୀ ‘ନବାନ୍ନ’ ଘେରିଥିଲେ। ପୋଲିସ ପାଣି ମାଡ଼, ଲୁହବୁହା ଗ୍ୟାସ୍‌ ସହ ଲାଠିମାଡ଼ କରିଥିଲା। ଏହାକୁ ବିରୋଧ କରିଛି ବିଜେପି।

ତେବେ ଆଜି ସକାଳ ୬ଟାରୁ ସନ୍ଧ୍ୟା ୬ଟା ଯାଏଁ ପଶ୍ଚିମବଙ୍ଗରେ ବନ୍ଦ ପାଳନ କରାଯିବ। ମୁଖ୍ୟମନ୍ତ୍ରୀ ମମତା ବାନାର୍ଜୀଙ୍କ ଇସ୍ତଫା ଦାବି ଏବଂ ପୋଲିସ ବିରୋଧରେ ପ୍ରତିବାଦ ପାଇଁ ବିଜେପି ଏହି ବନ୍ଦ ଡାକରା ଦେଇଛି। ପଶ୍ଚିମବଙ୍ଗ ବନ୍ଦ ପାଳନ ବେଳେ ଦୋକାନବଜାର ବନ୍ଦ ରଖିବାକୁ ଡାକରା ଦେଇଛି ବିଜେପି । କେବଳ ଆତ୍ୟାବଶ୍ୟକ ସେବା ଜାରି ରହିବ ବୋଲି କୁହାଯାଇଛି। ଅନ୍ୟପଟେ ସମସ୍ତ ସ୍କୁଲ, କଲେଜ, ଅଫିସ୍, ବ୍ୟାଙ୍କ, ବସ୍ ଚଳାଚଳ ଆଦି ଖୋଲା ରହିବ। ସମସ୍ତେ ଅଫିସ ଆସିବାକୁ ଅପିଲ୍ କରିଛନ୍ତି ମମତା ବାନାର୍ଜୀ ।

Comments are closed.