Latest Odisha News

BREAKING NEWS

ଛତିଶଗଡ ଉପରେ ସକ୍ରିୟ ଘୂର୍ଣ୍ଣିବଳୟ ପ୍ରଭାବ, ରାଜ୍ୟର ବିଭିନ୍ନ ସ୍ଥାନରେ ମେଘୁଆ ପାଗ

ଭୁବନେଶ୍ବର: ରାଜ୍ୟରେ କ୍ରମାଗତ ୩ ଦିନ ହେବ ଗ୍ରୀଷ୍ମ ପ୍ରକୋପ ବୃଦ୍ଧି ପାଇବାରେ ଲାଗିରହିଥିବାବେଳେ, ଆଜି ସକାଳୁ ସକାଳୁ ଟ୍ବିନ୍ ସିଟି ସହ ରାଜ୍ୟର ବିଭିନ୍ନ ସ୍ଥାନରେ ମେଘୁଆ ପାଗ ଦେଖିବାକୁ ମିଳିଛି । ଛତିଶଗଡ ଉପରେ ସକ୍ରିୟ ଘୂର୍ଣ୍ଣିବଳୟ ଏବଂ କଳାବୈଶାଖୀ ପ୍ରଭାବରେ ପାଗ ମେଘୁଆ ରହିଛି । ଏହାର ପ୍ରଭାବରେ ଆଜି ରାଜ୍ୟର କିଛି ଅଞ୍ଚଳରେ ଦିନ ତାପମାତ୍ରା ସାମାନ୍ୟ ହ୍ରାସ ରହିବା ସମ୍ଭାବନା ରହିଛି ।

ଗତକାଲି ୫ଟି ସହରର ତାପମାତ୍ରା ୪୦ ଡିଗ୍ରୀ ରହିଥିବାବେଳେ, ୪୧ ଡିଗ୍ରୀ ସହ ମାଲକାନଗିରି ସର୍ବାଧିକ ଉତ୍ତପ୍ତ ସହର ହୋଇଛି । ବୌଦ୍ଧ ଏବଂ ଟିଟିଲାଗଡ଼ ତାପମାତ୍ରା ୪୦.୫ ଡିଗ୍ରୀ ବଲାଙ୍ଗିର ୪୦.୨ ଏବଂ ନୟାଗଡ଼ ୪୦ ଡିଗ୍ରୀ ସେଲସିୟସ । କଟକ ୩୭.୬ ଏବଂ ଭୁବନେଶ୍ୱର ୩୭ ଡିଗ୍ରୀ ସେଲସିୟସ ରହିଛି ଏବଂ କଟକରେ ୩୭.୬ ଡିଗ୍ରୀ ତାପମାତ୍ରା ରେକର୍ଡ ହୋଇଛି ।

ସେହିପରି ପାରାଳାଖେମୁଣ୍ଡି ୩୯.୨, ନୂଆପଡା ୩୯.୪, ସୁବର୍ଣ୍ଣପୁର ୩୯.୪, ଭବାନୀପାଟଣା ୩୯.୮ ଏବଂ ଝାରସୁଗୁଡା ୩୯.୩ ଡିଗ୍ରୀ ରେକର୍ଡ ହୋଇଛି । ପାଣିପାଗ କେନ୍ଦ୍ରର ପୂର୍ବାନୁମାନ ଅନୁଯାୟୀ, ଆହୁରି ୫ ଦିନ ଗରମ ଅନୁଭୂତ ହେବ ବୋଲି ପାଣିପାଗ ବିଭାଗ ଆକଳନ କରିଛି ।

ଏହି ସମୟରେ ସର୍ବାଧିକ ତାପମାତ୍ରାରେ ବିଶେଷ ପରିବର୍ତ୍ତନ ହେବନାହିଁ। ରାତି ତାପମାତ୍ରା ୨ରୁ ୩ଡିଗ୍ରୀ ପର୍ଯ୍ୟନ୍ତ ବୃଦ୍ଧି ପାଇବାର ସମ୍ଭାବନା ରହିଛି, ତେଣୁ ଦିନ ଓ ରାତିରେ ଗରମ ସାଙ୍ଗକୁ ଗୁଳୁଗୁଳି ଅନୁଭୂତ ହେବ । ଉପକୂଳ ଓଡ଼ିଶାରେ ତାତି ସହ ଅସହ୍ୟ ଗୁଳୁଗୁଳି ଅନୁଭୂତ ହୋଇପାରେ ବୋଲି ଅନୁମାନ କରିଛି ପାଣିପାଗ ବିଭାଗ ।

Leave A Reply

Your email address will not be published.