ଢେଙ୍କାନାଳ: ଚଳଚଞ୍ଚଳ ଢେଙ୍କାନାଳ ଜିଲାର ପ୍ରସିଦ୍ଧ ଶୈବପୀଠ କପିଳାସ । ଶିବରାତ୍ରି ପାଇଁ କପିଳାସଙ୍କ ଦର୍ଶନ ପାଇଁ ଭକ୍ତଙ୍କ ଗହଳି ଲାଗିଛି । ମହା ଶିବରାତ୍ରି ଉପଲକ୍ଷେ ପ୍ରସିଦ୍ଧ ଜାଗର ଯାତ୍ରା ଅନୁଷ୍ଠିତ ହେବ। ଏଥିପାଇଁ ସମସ୍ତ ପ୍ରସ୍ତୁତି ଶେଷ ହୋଇଛି। କପିଳାସ ପୀଠର ମହାପ୍ରଭୁ ଶ୍ରୀଶ୍ରୀ ଚନ୍ଦ୍ରଶେଖର ଜୀଉଙ୍କ ଜାଗର ଯାତ୍ରା ଉପଲକ୍ଷେ ଷୋଡ଼ଶ ଉପଚାର ପୂଜା ନିମନ୍ତେ ରାଜ ପୁରୋଧାଙ୍କ ନୀତି ନିର୍ଦ୍ଧାରଣ କରାଯାଇଛି । ସନ୍ଧ୍ୟା ୭ଟାରୁ ସାଢ଼େ ୮ଟା ମଧ୍ୟରେ ପ୍ରଥମ ଚାରିପୂଜା, ରାତି ସାଢ଼େ ୮ଟାରୁ ୧୦ଟା ମଧ୍ୟରେ ପୀଠ ପୁରୋଧାଙ୍କ ଚାରିପୂଜା ଅନୁଷ୍ଠିତ ହେବ। ରାତି ୧୦ଟାରୁ ୧ଟା ମଧ୍ୟରେ ରାଜ ପୁରୋଧାଙ୍କ ଦ୍ୱାରା ଚାରିପୂଜା ସମ୍ପନ୍ନ ହେବ। ଏହାପରେ ପ୍ରଥମ ରାଜଦର୍ଶନ, ରାତି ୧ଟାରୁ ସାଢେ ୨ଟା ମଧ୍ୟରେ ରାଜ ପୁରୋଧାଙ୍କ ଚାରିପୂଜା ଏବଂ ରାତି ୩ଟା ମଧ୍ୟରେ ମହା ରୁଦ୍ରାଭିଷେକ, ରାତି ୩ଟାରୁ ୩ଟା ୫୦ମିନିଟ ମଧ୍ୟରେ ମହାସ୍ନାନ ଓ ସୁନା ଅଳଙ୍କାରରେ ମହାପ୍ରଭୁଙ୍କର ନାଗାଭରଣ ବେଶ ସହ ପଞ୍ଚବକ୍ର ପୂଜା ରାଜ ପୁରୋଧାଙ୍କ ଦ୍ୱାରା ସମ୍ପନ କରାଯିବ। ଏହାପରେ ଦ୍ୱିତୀୟ ରାଜଦର୍ଶନ ତଥା ରାଜାଙ୍କର ନାଗାଭରଣ ବେଶ ଦର୍ଶନ, ସେବା ଓ ଆଳତି ଅନୁଷ୍ଠିତ ହେବ। ରାତି ୩ଟା ୫୫ ମିନିଟରେ ମହାଦୀପ ଉଠାଣ ହେବ। ରାତି ୪ଟା ୨୫ରେ ହରିହର ଭେଟ ପୂଜା କରାଯିବ ବୋଲି ଦେବୋତ୍ତର ବିଭାଗ ପକ୍ଷରୁ ଜଣାପଡିଛି। ଶାନ୍ତିଶୃଙ୍ଖଳା ରକ୍ଷା ପାଇଁ ୧୦ ପ୍ଲାଟୁନ ପୋଲିସ ଫୋର୍ସ ମୁତୟନ କରାଯାଇଛି। ଚଳିତବର୍ଷ ଶାନ୍ତିଶୃଙ୍ଖଳା ସହ ଜାଗର ଯାତ୍ରାକୁ ସମାପନ କରିବା ପାଇଁ ଜିଲାପାଳ ମନୋରଞ୍ଜନ ମଲ୍ଲିକ ସମସ୍ତଙ୍କ ସହଯୋଗ କାମନା କରିଛନ୍ତି।
BREAKING NEWS
- ଟାଇମ୍ସ ହାୟର ଏଜୁକେସନ ବିଶ୍ୱ ବିଶ୍ୱବିଦ୍ୟାଳୟ ରାଙ୍କିଙ୍ଗ ୨୦୨୭; ଭାରତର ୪ର୍ଥ ସ୍ଥାନରେ କିଟ୍
- ପାର୍ବଣ ପୂର୍ବରୁ ମହଙ୍ଗା ମାଡ; କମର୍ସିଆଲ ସିଲିଣ୍ଡର ଦାମ୍ ୬୨ ଟଙ୍କା ବୃଦ୍ଧି
- ଗୁଆହାଟୀ ପିଚ୍ ଉପରେ ବର୍ଷିଲେ ଗୌତମ ଗମ୍ଭୀର: “ଏହା କ୍ରିକେଟ ନୁହେଁ, କେବଳ ବ୍ୟାଟିଂ”
- ଫ୍ଲାଏଦୁବାଇ ବିମାନ ଦୁର୍ଘଟଣା ଷଡ଼ଯନ୍ତ୍ର: ଭାରତୀୟ ପାଇଲଟଙ୍କ ସାହସିକତା ଯୋଗୁଁ ଟଳିଲା ବଡ଼ ବିପଦ
- Odisha CEO:ସ୍ୱେଚ୍ଛାକୃତ ଅବସର ପାଇଁ ଆବେଦନ କଲେ ମୁଖ୍ୟ ନିର୍ବାଚନ ଅଧିକାରୀ ଆର.ଏସ୍ ଗୋପାଳନ
- MEA issues advisory for Indians:ସେନାରେ ଯୋଗଦେବା ପାଇଁ ଋଷିଆ ଯିବାର ‘ବିପଜ୍ଜନକ ପଥ’ରୁ ଦୂରେଇ ରୁହନ୍ତୁ: ବୈଦେଶିକ ମନ୍ତ୍ରଣାଳୟ
- ସୌମ୍ୟରଞ୍ଜନ ମୃତ୍ୟୁ ମାମଲାରେ ନୂଆ ମୋଡ଼: ଗିରଫଦାରୀ ଭୟରେ ବିଦ୍ୟାଭାରତୀ, ସୁପ୍ରିମକୋର୍ଟରୁ ମିଳିଲାନି ଆଶ୍ୱସ୍ତି
- Modi, Trump talk on phone:ପ୍ରଧାନମନ୍ତ୍ରୀ ମୋଦୀ ଏବଂ ଟ୍ରମ୍ପଙ୍କ ମଧ୍ୟରେ ଗୁରୁତ୍ୱପୂର୍ଣ୍ଣ ଆଲୋଚନା; ଏହି ସମସ୍ତ ବିଷୟ ଉପରେ …
- ସିଏଜି ସ୍କାନରରେ ଓଡ଼ିଶାର ଡିଏମ୍ଏଫ୍ ପାଣ୍ଠି: ଖଣି ପ୍ରଭାବିତ ନଥିବା ଅଞ୍ଚଳରେ ଖର୍ଚ୍ଚ ହୋଇଛି ୯୮୩ କୋଟି ଟଙ୍କା
- ଏକାଠି କାମ କରିବେ ସୈଫ୍-ପ୍ରିୟଙ୍କା: ରିତେଶ ବାତ୍ରାଙ୍କ ନିର୍ଦ୍ଦେଶନାରେ ତିଆରି ହେବ ଦମଦାର୍ ଫିଲ୍ମ

Comments are closed.