Latest Odisha News

ଆଜି ପବିତ୍ର ମହାଳୟା: ପୁରୀରେ ପ୍ରବଳ ଗହଳି, ପିତୃପୁରୁଷଙ୍କୁ ପିଣ୍ଡଦାନ କରୁଛନ୍ତି ଶ୍ରଦ୍ଧାଳୁ

ପୁରୀ :ଆଜି ପବିତ୍ର ମହାଳୟା। ୧୫ ଦିନ ଧରି ଚାଲିଥିବା ପିତୃପକ୍ଷର ଆଜି ହେଉଛି ଶେଷ ଦିନ। ଏହି ଅବସରରେ ବିଭିନ୍ନ ସ୍ଥାନରେ ଶ୍ରଦ୍ଧାଳୁ ମାନେ ପିତୃପୁରୁଷଙ୍କୁ ପିଣ୍ଡଦାନ କରୁଥିବା ଦେଖିବାକୁ ମିଳିଛି  । ଆଜି ପିତୃପୁରୁଷଙ୍କୁ ପିଣ୍ଡଦାନ କଲେ ମୋକ୍ଷ ପ୍ରାପ୍ତି ହୁଏ ବୋଲି ବିଶ୍ବାସ ରହିଛି  । ପିତୃପକ୍ଷର ପ୍ରତ୍ୟେକ ତିଥିରେ ଶ୍ରାଦ୍ଧ ଦିଆଯାଉଥିଲେ ମଧ୍ୟ ମହାଳୟାରେ ଶ୍ରାଦ୍ଧ ଓ ପିଣ୍ଡଦାନ କରିବାର ବିଶେଷ ମହତ୍ତ୍ୱ ରହିଛି  । ଏଥିଲାଗି ପୁରୀରେ ମଧ୍ୟ ପ୍ରବଳ ଭକ୍ତଙ୍କ ସମାଗମ ଦେଖିବାକୁ ମିଳିଛି । ଶ୍ରୀମନ୍ଦିର ବାଇଶି ପାହାଚରେ ଶ୍ରାଦ୍ଧ ଦେଲେ ପିତୃପୁରୁଷ ଆତ୍ମସନ୍ତୋଷ ଲାଭ କରିଥାନ୍ତି ବୋଲି ବିଶ୍ବାସ ରହିଛି  ।

BjdElectrycity

ଶ୍ରୀମନ୍ଦିର ଉତ୍ତରଦ୍ବାର ନିକଟରେ ଶ୍ରଦ୍ଧାଳୁ ମାନେ ପିତୃପୁରୁଷଙ୍କୁ ପିଣ୍ଡ ଦାନ କରୁଛନ୍ତି  । ଏହି ପିତୃପକ୍ଷରେ ପିତୃ ପୁରୁଷମାନେ ମର୍ତ୍ତମଣ୍ଡଳକୁ ଆସିଥାନ୍ତି ବୋଲି ବିଶ୍ୱାସ ରହିଛି। ବିଶେଷ କରି ପିତା, ପିତାମହ, ପ୍ରପିତାମହ, ମାତା, ପିତାମୟୀ, ପ୍ରପିତାମୟୀ ଆଦିଙ୍କ ଉଦ୍ଦେଶ୍ୟରେ ତିଳ ତର୍ପଣ କରୁଛନ୍ତି ଶ୍ରଦ୍ଧାଳୁ । ପିତୃପକ୍ଷରେ ଦେବତା ମାନେ ମଧ୍ୟ ପିଣ୍ତଦାନ କରନ୍ତି ବୋଲି ଶାସ୍ତ୍ରରେ ଉଲ୍ଲେଖ ରହିଛି । ସେପଟେ ଆଜି ମହାଳୟା ଉପଲକ୍ଷେ ରାଜ୍ୟର ସବୁ ସ୍କୁଲ ଗୁଡିକୁ ଛୁଟି ଘୋଷଣା କରିଛି ଗଣଶିକ୍ଷା ବିଭାଗ  । ଏହା ସହିତ ଦଶହରା ଛୁଟି ନେଇ ନୋଟିସ୍‌ ପ୍ରକାଶ ପାଇଛି  ।  ଚଳିତ ବର୍ଷ ଆସନ୍ତା ୨୦ରୁ ୨୯ ପର୍ଯ୍ୟନ୍ତ ଦଶହରା ଛୁଟି ଘୋଷଣା କରାଯାଇଛି।

Leave A Reply

Your email address will not be published.