Latest Odisha News

BREAKING NEWS

ଆଜି ପବିତ୍ର ଶ୍ରୀପଞ୍ଚମୀ; ପୁରପଲ୍ଲୀରେ ଚାଲିଛି ଜ୍ଞାନର ଦେବୀ ମାଆ ସରସ୍ୱତୀଙ୍କ ପୂଜାର୍ଚ୍ଚନା

ଭୁବନେଶ୍ୱର: ଆଜି ହେଉଛି ପବିତ୍ର ଶ୍ରୀପଞ୍ଚମୀ। ପୁରପଲ୍ଲୀରୁ ଆରମ୍ଭ କରି ଶିକ୍ଷାନୁଷ୍ଠାନ ମାନଙ୍କରେ ବିଦ୍ୟାଦାତ୍ରୀ ଦେବୀ ସରସ୍ୱତୀଙ୍କ ଆରାଧନା  ହୋଇଥାଏ।

ହିନ୍ଦୁଧର୍ମରେ ସରସ୍ୱତୀଙ୍କୁ ଜ୍ଞାନର ଦେବୀ ବୋଲି ପରିଗଣିତ କରାଯାଏ । ସେ ଜ୍ଞାନ, ବୁଦ୍ଧି, ବିବେକ, ବିଦ୍ୟାର ଉତ୍ସ ବା ପ୍ରକାଶରୂପ । ସେ ବ୍ରହ୍ମାଙ୍କ ସହଚରୀ ଓ ଶକ୍ତି ରୂପେ ବିଦିତ । ପଶ୍ଚିମ ଓ ମଧ୍ୟ ଭାରତର ଜୈନ ଧର୍ମାବଲମ୍ବୀ ଓ ବୌଦ୍ଧ ଧର୍ମାବଲମ୍ବୀମାନେ ମାନେ ମଧ୍ୟ ସରସ୍ୱତୀଙ୍କୁ ପୂଜା କରିଥାନ୍ତି ।

ସରସ୍ୱତୀ ଶବ୍ଦର ମୂଳ ଅର୍ଥ ହେଲା – ସ୍ୱତଃ + ବତୀ, ଅର୍ଥାତ୍ ପ୍ରସରଣ ଯାହାଙ୍କର ଅଛି । ଅଜ୍ଞାନ ଅନ୍ଧକାର ମଧ୍ୟରୁ ତେଜୋମୟ ଦିବ୍ୟଧାମକୁ ବାଟ କଢାଇ ନେବାର ସେ ହେଉଛନ୍ତି ଅଧିଷ୍ଠାତ୍ରୀ ଦେବୀ । ସେ ସ୍ରୋତସ୍ୱତୀ ପରି ପ୍ରବହମାନା, ଜ୍ଞାନର ଅଧିଷ୍ଠାତ୍ରୀ ଦେବୀ । ସେ ହେଉଛନ୍ତି ବାକ୍ୟର ଦେବୀ ବାଗ୍‌ଦେବୀ, ବାଣୀ, ଶାରଦା । ମା ଯୋଗମାୟା ଆଦ୍ୟାଶକ୍ତିଙ୍କ କଣ୍ଠରୁ ସରସ୍ୱତୀ ସମ୍ଭୁତା । ମା ସରସ୍ୱତୀ, ମା ଲକ୍ଷ୍ମୀ ଓ ମା କାଳୀ ତିନୋଟି ସ୍ୱରୂପ ଆଦ୍ୟାଶକ୍ତିଙ୍କର ।

ପାରମ୍ପରିକ ରୂପରେ ସରସ୍ୱତୀ ଶୁକ୍ଳ ବସ୍ତ୍ର ପରିଧାନ କରି କର୍ଣ୍ଣରେ ରତ୍ନବିଭୂଷିତ କୁଣ୍ଡଳ ଧାରଣ କରି ଗଳାରେ ଗଜମୋତି ଏବଂ ମୁକ୍ତାହାର ପିନ୍ଧିଛନ୍ତି ଓ ହସ୍ତରେ ବୀଣା ଓ ପୁସ୍ତକ ଧାରଣ କରି ପଦ୍ମାସନରେ ଶ୍ୱେତପଦ୍ମ ଉପରେ ଅଧିଷ୍ଠାତ୍ରୀ ହୁଅନ୍ତି । ଓଡ଼ିଆ ଭାଷାରେ ତାଙ୍କୁ ବାଣୀ ବୋଲି ମଧ୍ୟ କୁହାଯାଏ । ତାଙ୍କର ଅନ୍ୟ ନାମ ସବୁ ହେଲା ବୀଣା ପୁସ୍ତକ ଧାରିଣୀ, ବାଗ୍‌ଦେବୀ ବରଦା ଇତ୍ୟାଦି ।

Leave A Reply

Your email address will not be published.