ଭୁବନେଶ୍ଵର: ପଞ୍ଚମ ପର୍ଯ୍ୟାୟ ନିର୍ବାଚନ ଲାଗି ଆଜି ପ୍ରାର୍ଥିପତ୍ର ଦାଖଲର ଶେଷ ତାରିଖ। ଆସନ୍ତାକାଲି ହେବ ପ୍ରାର୍ଥିପତ୍ର ଯାଞ୍ଚ। ଆସନ୍ତା ୬ତାରିଖରେ ପ୍ରାର୍ଥିପତ୍ର ପ୍ରତ୍ୟାହାରର ଶେଷ ଦିନ ରହିଛି। ମେ’ ୨୦ତାରିଖରେ ପଞ୍ଚମ ପର୍ଯ୍ୟାୟ ଭୋଟିଂ ଅର୍ଥାତ୍ ଓଡ଼ିଶାରେ ଦ୍ୱିତୀୟ ପର୍ଯ୍ୟାୟ ଭୋଟିଂ ହେବ । ଆସନ୍ତା ମେ’ ୨୦ତାରିଖରେ ଓଡ଼ିଶାର ୫ ଲୋକସଭା ଓ ଏହା ଅନ୍ତର୍ଗତ ବିଧାନସଭା ଆସନରେ ପଡିବ ଭୋଟ।
ସୂଚନା ଅନୁସାରେ, ବର୍ତ୍ତମାନ ସୁଦ୍ଧା ପ୍ରଥମ ଓ ଦ୍ବିତୀୟ ପର୍ଯ୍ୟାୟ ନିର୍ବାଚନ ଶେଷ ହୋଇଥିବାବେଳେ ଆଉ ୫ଟି ପର୍ଯ୍ୟାୟ ମତଦାନ ବାକି ରହିଛି। ମେ ୭ରେ ତୃତୀୟ ପର୍ଯ୍ୟାୟ, ମେ ୧୪ରେ ଚତୁର୍ଥ ପର୍ଯ୍ୟାୟ, ମେ ୨୦ରେ ପଞ୍ଚମ ପର୍ଯ୍ୟାୟ, ମେ ୨୫ରେ ଷଷ୍ଠ ପର୍ଯ୍ୟାୟ ଏବଂ ଜୁନ ୧ରେ ସପ୍ତମ ତଥା ଶେଷ ପର୍ଯ୍ୟାୟ ଭୋଟ ହେବ । ଏହାପରେ ଜୁନ ୪ରେ ଫଳ ପ୍ରକାଶ ପାଇବ ।
Comments are closed.