Latest Odisha News

BREAKING NEWS

ପବିତ୍ର ଜନ୍ମାଷ୍ଟମୀ: ସବୁଠି କୃଷ୍ଣମୟ ପରିବେଶ, ଶ୍ରୀମନ୍ଦିରରେ ସ୍ବତନ୍ତ୍ର ନୀତିକାନ୍ତି

ଭୁବନେଶ୍ବର: ଆଜି ଭାଦ୍ରବ ମାସ କୃଷ୍ଣପକ୍ଷ ଅଷ୍ଟମୀ ତିଥି। ପବିତ୍ର ଜନ୍ମାଷ୍ଟମୀ ତଥା ମହାପ୍ରଭୁ ଶ୍ରୀକୃଷ୍ଣଙ୍କ ଜନ୍ମ ଉତ୍ସବ। ଏ ନେଇ ଗାଁଠୁ ସହର ସବୁଠି କୃଷ୍ଣମୟ ପରିବେଶ  । ଆଜି ସାରା ଦେଶରେ ବିଶେଷ କରି ବୈଷ୍ଣବ ଧର୍ମାବଲମ୍ବୀ ଶ୍ରଦ୍ଧାଳୁମାନେ ଏହି ପର୍ବକୁ ବେଶ ଆନନ୍ଦ ଉତ୍ସାହର ସହ ପାଳନ କରିବେ ।  ମଥୁରା ଓ ବୃନ୍ଦାବନରେ ଭକ୍ତିମୟ ପରିବେଶରେ ମହାପ୍ରଭୁଙ୍କ ଆବାହନ କରାଯିବ।ସେପଟେ ଜନ୍ମାଷ୍ଟମୀ ପାଇଁ ଶ୍ରୀମନ୍ଦିରରେ ଆଜି ସ୍ୱତନ୍ତ୍ର ନୀତିକାନ୍ତି କରାଯିବ । ସନ୍ଧ୍ୟା ଆଳତି ସମୟରେ ଠାକୁରଙ୍କୁ ଛଅମୂର୍ତ୍ତି ଅଳଙ୍କାର ଲାଗି କରାଯିବ। ସଂନ୍ଧ୍ୟାଧୂପ ଶେଷ ହେବାପରେ ଶ୍ରୀକୃଷ୍ଣଙ୍କ ଜନ୍ମନୀତି ଅନୁଷ୍ଠିତ ହେବ। ଗତକାଲି ପ୍ରସବ ଯନ୍ତ୍ରଣାରୁ ମୁକ୍ତି ପାଇବା ପାଇଁ ଯେଉଡ ଭୋଗ ସହ ଗର୍ଭଉଦକ ବନ୍ଦାପନା କରାଯାଇଥିଲା। ଆଜି ମହାଜନ ସେବକଙ୍କ ଦ୍ଵାରା ଶ୍ରୀକୃଷ୍ଣ ଜନ୍ମନୀତି ଅନୁଷ୍ଠିତ ହେବ। ଦେବକୀ ଓ ବସୁଦେବ ବେଶରେ ଜନ୍ମ ଚକଡାରେ ନିଶାର୍ଦ୍ଧରେ ପ୍ରଭୁ କୃଷ୍ଣ ଜନ୍ମ ନେବେ ।

BjdElectrycity

ବିଧି ଅନୁସାରେ ସାଗ, ତରକାରୀ, ପିଠା, ଝିଲି, ଖିରି ଆଦି ରୋଷଘରୁ ଆସି ଅଣସର ପିଣ୍ଡିରେ ରଖାଯିବ। ମୁଦିରସ୍ତ ସେବାୟତ ମହାପ୍ରଭୁଙ୍କ ଶ୍ରୀଅଙ୍ଗରେ ପ୍ରସାଦ ଲାଗି କରିବେ। ପୂଜାପଣ୍ଡା ସାମନ୍ତ, ପତି ମହାପାତ୍ର ଓ ମୁଦିରସ୍ତ ତିନିବାଡରେ ବନ୍ଦାପନା କରିବେ। ଶ୍ରୀମନ୍ଦିର ସହ ଜଡିତ ବିଭିନ୍ନ ମଠବାଡି ମାନଙ୍କରେ ବି ପବିତ୍ର ଜନ୍ମାଷ୍ଟମୀ ପାଳନ କରାଯିବ  । ଅନ୍ୟପଟେ ପବିତ୍ର ଜନ୍ମାଷ୍ଟମୀ ଅବସରରେ ପୁରୀ ବେଳାଭୂମିରେ ସୁନ୍ଦର ବାଲୁକା କଳା କରିଛନ୍ତି ବାଲୁକାଶିଳ୍ପୀ ସୁଦର୍ଶନ ପଟ୍ଟନାୟକ। ସୁଦର୍ଶନଙ୍କ ନିଆରା ବାଲୁକା କଳା ଦେଖିବା ପାଇଁ ପୁରୀ ବେଳାଭୂମୀରେ ଲୋକଙ୍କ ଭିଡ ଜମିଥିବା ଦେଖିବାକୁ ମିଳିଛି ।

Leave A Reply

Your email address will not be published.