ପୁରୀ: ଆଜି ଶ୍ରୀମନ୍ଦିରରେ ମହାପ୍ରଭୁଙ୍କର ପଇତାଲାଗି ନୀତି ଅନୁଷ୍ଠିତ ହେବ । ଶ୍ରୀମନ୍ଦିର ନୀତି ଓ ପରମ୍ପରା ମୁତାବକ ଏହି ନୀତି ଅନୁଷ୍ଠିତ ହେବ । ଏହି ସମୟରେ ସନ୍ଧ୍ୟା ୫ଟାରୁ ରାତି ୧୦ଟା ଯାଏଁ ଦୀର୍ଘ ୫ଘଣ୍ଟା ଧରି ବନ୍ଦ ରହିବ ସର୍ବସାଧାରଣ ଦର୍ଶନ l ଏନେଇ ଶ୍ରୀମନ୍ଦିର ପ୍ରଶାସନ ପକ୍ଷରୁ ସୂଚନା ଦିଆଯାଇଛି ।
ଦ୍ୱିତୀୟ ଭୋଗମଣ୍ଡପ ଶେଷ ହେବା ପରେ ଦଇତାପତି ଗର୍ଭଗୃହକୁ ପ୍ରବେଶ କରି ଏହି ଗୁପ୍ତ ନୀତିକୁ ନିଷ୍ଠାର ସହ ସମ୍ପନ୍ନ କରିବେ । ମହାପ୍ରଭୁଙ୍କ ଶ୍ରୀଅଙ୍ଗରେ ଲାଗି ହେବ ବାସୁଙ୍ଗା ପାଟରେ ପ୍ରସ୍ତୁତ ପଇତା । ଏହା ଏକ ଗୁପ୍ତ ନୀତି ହୋଇଥିବାରୁ ଅପରାହ୍ନ ୫ଟାରୁ ରାତି ୧୦ ଟା ପର୍ଯ୍ୟନ୍ତ ପ୍ରାୟ ୫ ଘଣ୍ଟା ପାଇଁ ବନ୍ଦ ରହିବ ସର୍ବସାଧାରଣ ଦର୍ଶନ । ଦ୍ୱିତୀୟ ଭୋଗମଣ୍ଡପ ପରେ ଏହି ଗୁପ୍ତସେବା କରାଯିବ । ଏହା ଏକ ଗୁପ୍ତ ନିତି ହୋଇଥିବାରୁ ଶ୍ରୀମନ୍ଦିରର ଜୟବିଜୟ ଦ୍ୱାର ବନ୍ଦ ରହିବ ।
ଏହା ପୂର୍ବରୁ ଶ୍ରୀମନ୍ଦିରରେ ଗତ ଏପ୍ରିଲ ୨୧ ତାରିଖରେ ଦିନ ମହାପ୍ରଭୁଙ୍କର ପଇତାଲାଗି ନୀତି ଅନୁଷ୍ଠିତ ହୋଇଥିଲା । ମହାପ୍ରଭୁଙ୍କର ପଇତାଲାଗି ନୀତି ଅବସରରେ ୫ ଘଣ୍ଟା ପର୍ଯ୍ୟନ୍ତ ସାଧାରଣ ଦର୍ଶନ ବନ୍ଦ ରହିଥିଲା ।
Comments are closed.